ଘୁଞ୍ଚିବ ଜିଏସ୍‌ଟି ପରିଷଦ ବୈଠକ

ନୂଆଦିଲ୍ଲୀ, ୧୨।୯ : ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିଷଦର ପରବର୍ତ୍ତୀ ବୈଠକ ଅକ୍ଟୋବର୫କୁ ଘୁଞ୍ଚିବ। ପ୍ରକ୍ରିୟା ସହ ଜଡିତ ୨ ଜଣ ବ୍ୟକ୍ତି ବିଶେଷ ଏ ନେଇ ଶୁକ୍ରବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୯ରେ ଏହି ବୈଠକ ଅନୁଷ୍ଠିତ ହେବାର ଥିଲା। ମାତ୍ର ବୈଠକ ୫ରେ ହେବ ବୋଲି ଜଣେ ବ୍ୟକ୍ତି ନାମ ଗୋପନ ରଖି ଏହା କହିଛନ୍ତି। ରାଜ୍ୟଗୁଡିକୁ ଜିଏସ୍‌ଟି କ୍ଷତିପୂରଣ ପ୍ରସଙ୍ଗ ପାର୍ଲାମେଣ୍ଟରେ ସ୍ଥାନିତ ହେବାର ସମ୍ଭାବନା ରହିଛି। ସଂସଦ ଅଧିବେଶନ ଚଳିତ ମାସ ୧୪ରୁ ଆରମ୍ଭ ହେଉଛି। କେନ୍ଦ୍ର ଏବଂ ରାଜ୍ୟ ମଧ୍ୟରେ ଆଉ ଗୋଟିଏ ପର୍ଯ୍ୟାୟ ଜିଏସ୍‌ଟି କ୍ଷତିପୂରଣ ପ୍ରଦାନ ପ୍ରସଙ୍ଗ ଆଲୋଚନା କରାଯିବ ବୋଲି ଶୁଣାଯାଉଛି। କ୍ଷତିପୂରଣ ପ୍ରସଙ୍ଗ ଉପରେ ଅଗଷ୍ଟ ୨୭ରେ ହୋଇଥିବା ବୈଠକରେ ଆଲୋଚନା କରାଯାଇଥିଲା। ରାଜ୍ୟଗୁଡିକୁ କେନ୍ଦ୍ର ସରକାର ୨ଟି ବିକଳ୍ପ ପ୍ରଦାନ କରିଥିଲେ। ଏହା ମଧ୍ୟରେ ରିଜର୍ଭ ବ୍ୟାଙ୍କର ସ୍ବତନ୍ତ୍ର ଓ୍ବିଣ୍ଡୋ ଦ୍ୱାରା ବଜାରରୁ ପୁଞ୍ଜି ଉଠାଣ ମଧ୍ୟ ସାମିଲ ହୋଇଛି। ପ୍ରଥମଟିରେ ୯୭ ହଜାର କୋଟି ଟଙ୍କାର ପୁଞ୍ଜି ରିଜର୍ଭ ବ୍ୟାଙ୍କରୁ ଋଣ ଏବଂ ଦ୍ୱିତୀୟଟିରେ ୨.୩୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ବଜାରର ଉଠାଇବା ନେଇ ପ୍ରସ୍ତାବ ରହିଛି। ଏହି ପ୍ରସଙ୍ଗରେ ଅନେକ ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡି ଚିଠି ଲେଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri