ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା ଫାଟି ନିଆଁ ଲାଗି ଯାଇଥିଲା । ହେଲେ ସୌଭାଗ୍ୟବଶତଃ ବର୍ତ୍ତି ଯାଇଛନ୍ତି ଡ୍ରାଇଭର ଏବଂ ହେଲପର ।

ସୂଚନା ମୁତାବକ, ଶୁକ୍ରବାର ଭୋର ସକାଳୁ ପଟ୍ଟାଙ୍ଗିରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ଟ୍ରକ୍ ଓଡ଼ିଶାର ସୀମାନ୍ତ ସୁଙ୍କି ପଞ୍ଚାୟତ ଅତିକ୍ରମ କରି ପ୍ରାୟ ୨ କିଲୋମିଟର ଯାଇଥିବା ବେଳେ ମୁଙ୍ଗାରଗୁମି ଗ୍ରାମ ନିକଟସ୍ଥ ଜାତୀୟ ରାଜପଥ ଉପରେ ଟ୍ରକଟିର ବାମ ପାର୍ଶ୍ଵ ଚକା ଫାଟି ଯାଇଥିଲା । ଫଳରେ ଏହି ସମୟରେ ଟ୍ରକରେ ନିଆଁ ଲାଗି ଯାଇଥିଲା । ଏହା ଦେଖି ଡ୍ରାଇଭର ଏବଂ ହେଲପର ଦୁହେଁ ଘଟଣା ସ୍ଥଳରୁ ଗୋଟିଏ କିଲୋମିଟର ଦୂରରେ ରହିଥିବା ସୁଙ୍କି ଥାନାକୁ ଖବର ଦେଇଥିଲେ । ଥାନାଅଧିକାରୀ ଚତୁର୍ଭୁଜ ନାୟକ ବ୍ଲକ୍ ସଦର ମହକୁମା ସ୍ଥିତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।

ସେପଟେ ଟ୍ରକରେ ଲାଗିଥିବା ନିଆଁକୁ ଦେଖି ଘଟଣାସ୍ଥଳେ ଯାତାୟାତ କରୁଥିବା ଯଥା ପଟ୍ଟାଙ୍ଗି ଏବଂ ଆନ୍ଧ୍ର ଅଭିମୁଖେ ଆସୁଥିବା ସମସ୍ତ ଯାନବାହନ କିଛି ସମୟ ପାଇଁ ଅଟକି ରହିଥିଲା । ନିଆଁ ଆୟତ୍ତ ହେବା ପରେ ଅଟକି ରହିଥିବା ସମସ୍ତ ଯାନବାହନ ଚଳାଚଳରେ ସ୍ୱାଭାଭିକ ହୋଇଥିଲା । ଅନ୍ୟପକ୍ଷରେ ସୁଙ୍କି ପୋଲିସ ଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳେ ପହଞ୍ଚି ଟ୍ରକ୍ ଚକାରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ଟ୍ରକର ସମସ୍ତ ଚକା ଜଳି ଯାଇଥିବା ବେଳେ ଟ୍ରକର ଅନ୍ୟ ଅଂଶ ଗୁଡିକରେ କୈଣସି କ୍ଷତି ହୋଇ ନଥିବା ଜଣାପଡିଛି । ସେପଟେ ଏନେଇ ସୁଙ୍କି ପୋଲିସ୍ ଏବଂ ଅଗ୍ନିଶମ ବିଭାଗ ଦୁହେଁ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri