ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା  ଦେଖିବାକୁ ମିଳିଛି। ସକାଳ ସମୟରେ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ତ୍ରିରଙ୍ଗା ପତ୍ତାକା ଓଲଟା ଉଡୁଥିବା ବେଳେ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଉଥିଲା।
ଏଥିରେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥିଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଭାବେ ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ଦାରିଙ୍ଗବାଡି ବିଡିିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରଜ ପାତ୍ର, ଭାଜପା ଜିଲା ସଭାପତି ପଣ୍ଡିତ ବିଶିମାଝି ଏବଂ ପୂର୍ବତନ ଜିଲା ସଭାପତି ଜଗନ୍ନାଥ ସାହୁ ପ୍ରମୁଖ ଯୋଗ ଦେଇଥିଲେ।
ତେବେ ମଞ୍ଚରେ ସମସ୍ତ ଅତିଥିଙ୍କୁ ସ୍ବାଗତ କରାଯାଇ କାର୍ଯ୍ୟକ୍ରମ ଉଦ୍‌ଘାଟନ କରାଯାଇଥିଲା ତେବେ ମଞ୍ଚରେ ଅତିଥିଙ୍କୁ ଚୌକି ବ୍ୟବସ୍ଥା କରାଯାଇ ନ ଥିବା ବେଳେ ଦୀର୍ଘ ସମୟଧରି ଅତିଥିମାନେ ଛିଡ଼ା ହୋଇ ଅଭିଭାଷଣ ରଖିଥିଲେ । ଯାହାକୁ ମଞ୍ଚ ତଳେ ଥିବା ଦର୍ଶକ  ନିନ୍ଦା କରିବା ସହ ଆୟୋଜକଙ୍କୁ ନିନ୍ଦା କରିଥିଲେ।
ସୂଚନାଯୋଗ୍ୟ, ଗତବର୍ଷ ଏହି କାର୍ଯ୍ୟକ୍ରମ ବେଳେ ଅତିଥିଙ୍କ ପାଇଁ ଚୌକି ବ୍ୟବସ୍ଥା ସହ ସମ୍ମାନ ପ୍ରଦାନ କରାଯାଇଥିବା ଦର୍ଶକ କହିଥିଲେ
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର

ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”

ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri