Posted inଜାତୀୟ

ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ପାଲଟିଛି ବେଙ୍ଗାଲୁରୁ: ଭାଜପା ନେତା

ନୂଆଦିଲ୍ଲୀ,୨୭ ।୯: ଦେଶରେ ଅଲକାଏଦା ଓ ଅନ୍ୟ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ସନ୍ଦିଗ୍ଧଙ୍କୁ ଲଗାତାର ଭାବେ ଗିରଫ କରାଯାଉଛି । ଦକ୍ଷିଣ ଭାରତରେ ବି ଆଇଏସ୍ ଓ ଅଲକାଏଦା ସହ ଜଡିତ ଥିବା କେତେଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇ ସାରିଲାଣି । ଇତିମଧ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତେଜସ୍ୱୀ ସୂର୍ଯ୍ୟା ବେଙ୍ଗାଲୁରୁକୁ ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ବୋଲି କହିଛନ୍ତି । ତେଜସ୍ୱୀ ଭାଜପା ଯୁବମୋର୍ଚ୍ଚର କମାଣ ସମ୍ଭାଳିବା ପରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି । ଆଉ ଏହାପରେ ସେ ବେଙ୍ଗାଲୁରୁକୁ ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ବୋଲି କହିଛନ୍ତି । ଏହାକୁ ନେଇ ତେଜସ୍ୱୀ କହିଛନ୍ତି ଏନ୍‌ଆଇଏ ଦ୍ୱାରା କେତେଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଥିବା ବେଳେ ସ୍ନିପର ସେଲ୍ସ ସମ୍ପର୍କରେ ବି ତଥ୍ୟ ସଂଗ୍ରହ କରିଛି । ସ୍ୱରାଷ୍ଟମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି ବେଙ୍ଗାଲୁରୁରେ ଏନ୍‌ଆଇଏର ଏକ ସ୍ଥାୟୀ ଡିଭିଜନ ଗଠନ କରାଯାଉ । ସୂଚନାଯୋଗ୍ୟ, ନିକଟରେ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି କେରଳର ଏର୍ଣ୍ଣାକୁଲମ ଓ ପଶ୍ଚିମବଙ୍ଗର ମୁର୍ସିଦାବାଦରୁ ୧୦ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଥିଲା । ଏହା ବ୍ୟତୀତ ଅନ୍ୟ କେତେକ ସ୍ଥାନରୁ ସେପ୍ଟେମ୍ବର ୧୯ ପରେ ୧୦ ଆତଙ୍କବାଦୀଙ୍କୁ ମଧ୍ୟ ଗିରଫ କରାଯାଇଛି । ଏମାନଙ୍କର ସମ୍ପର୍କ ପାକିସ୍ତାନ ସହ ରହିଛି ବୋଲି ମଧ୍ୟ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri