Posted inଜାତୀୟ

ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ପାଲଟିଛି ବେଙ୍ଗାଲୁରୁ: ଭାଜପା ନେତା

ନୂଆଦିଲ୍ଲୀ,୨୭ ।୯: ଦେଶରେ ଅଲକାଏଦା ଓ ଅନ୍ୟ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ସନ୍ଦିଗ୍ଧଙ୍କୁ ଲଗାତାର ଭାବେ ଗିରଫ କରାଯାଉଛି । ଦକ୍ଷିଣ ଭାରତରେ ବି ଆଇଏସ୍ ଓ ଅଲକାଏଦା ସହ ଜଡିତ ଥିବା କେତେଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇ ସାରିଲାଣି । ଇତିମଧ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତେଜସ୍ୱୀ ସୂର୍ଯ୍ୟା ବେଙ୍ଗାଲୁରୁକୁ ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ବୋଲି କହିଛନ୍ତି । ତେଜସ୍ୱୀ ଭାଜପା ଯୁବମୋର୍ଚ୍ଚର କମାଣ ସମ୍ଭାଳିବା ପରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି । ଆଉ ଏହାପରେ ସେ ବେଙ୍ଗାଲୁରୁକୁ ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ବୋଲି କହିଛନ୍ତି । ଏହାକୁ ନେଇ ତେଜସ୍ୱୀ କହିଛନ୍ତି ଏନ୍‌ଆଇଏ ଦ୍ୱାରା କେତେଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଥିବା ବେଳେ ସ୍ନିପର ସେଲ୍ସ ସମ୍ପର୍କରେ ବି ତଥ୍ୟ ସଂଗ୍ରହ କରିଛି । ସ୍ୱରାଷ୍ଟମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି ବେଙ୍ଗାଲୁରୁରେ ଏନ୍‌ଆଇଏର ଏକ ସ୍ଥାୟୀ ଡିଭିଜନ ଗଠନ କରାଯାଉ । ସୂଚନାଯୋଗ୍ୟ, ନିକଟରେ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି କେରଳର ଏର୍ଣ୍ଣାକୁଲମ ଓ ପଶ୍ଚିମବଙ୍ଗର ମୁର୍ସିଦାବାଦରୁ ୧୦ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଥିଲା । ଏହା ବ୍ୟତୀତ ଅନ୍ୟ କେତେକ ସ୍ଥାନରୁ ସେପ୍ଟେମ୍ବର ୧୯ ପରେ ୧୦ ଆତଙ୍କବାଦୀଙ୍କୁ ମଧ୍ୟ ଗିରଫ କରାଯାଇଛି । ଏମାନଙ୍କର ସମ୍ପର୍କ ପାକିସ୍ତାନ ସହ ରହିଛି ବୋଲି ମଧ୍ୟ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri