ସଂସଦରେ କିଏ ପିଇଲା ସିଗାରେଟ? ଅନୁରାଗ ଠାକୁରଙ୍କ ବୟାନକୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୧୧|୧୨: ଇ-ସିଗାରେଟକୁ ଭାରତ ସରକାର ବ୍ୟାନ କରିଛନ୍ତି । କିନ୍ତୁ ଆଜି ପୁଣିଥରେ ସଂସଦରେ ଏହି ପ୍ରସଙ୍ଗ ଉଠିଛି । ସଦନରେ ଇ-ସିଗାରେଟ ପିଇବା ନେଇ ଭାଜପା ନେତା ଅନୁରାଗ ଠାକୁର ତୃଣମୂଳ କଂଗ୍ରେସ ସାଂସଦ ଉପରେ ଗୁରୁତର ଆରୋପ ଲଗାଇଛନ୍ତି । ଏହାକୁ ନେଇ ଆଜି ସଦନରେ ହଙ୍ଗାମା ଦେଖାଯାଇଛି ।

ପୁଣିଥରେ ଚର୍ଚ୍ଚାକୁ ଆସିଛି ଇ-ସିଗାରେଟ । ପ୍ରକାଶଥାଉକି, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କିଛି ବର୍ଷ ପୂର୍ବେ ଇ-ସିଗାରେଟ ଉପରେ ପ୍ରତିବନ୍ଧକ ଲଗାଇଥିଲେ । ଏହାକୁ ବ୍ୟବହାର କଲେ ଦଣ୍ଡ ଭୋଗିବାକୁ ପଡିବ ବୋଲି ମଧ୍ୟ ଚେତାଇଥିଲେ । ତେବେ ଆଜିର ଘଟଣାକୁ ନେଇ ବାଚସ୍ପତି କହିଛନ୍ତି ଯଦି ଘଟଣା ସାମ୍ନାକୁ ଆସେ ତାହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଅନୁରାଗ ଠାକୁରଙ୍କ ଆରୋପ ଅନୁସାରେ, ଟିଏମସି ସାଂସଦ କିଛି ଦିନ ହେବ ସିଗାରେଟ ପିଇ ଆସୁଛନ୍ତି । କିଏ ପିଇଛି ଆପଣ ଯାଞ୍ଚ କରନ୍ତୁ ବୋଲି ଓମ ବିର୍ଲାଙ୍କୁ କହିଛନ୍ତି । ଏହି ପ୍ରସଙ୍ଗକୁ ନେଇ ସଦନରେ ହଙ୍ଗାମା ଦେଖାଦେବା ପରେ ବିରୋଧୀ ଦଳ ନେତା ମଧ୍ୟ ଏନେଇ ମୁହଁ ଖୋଲିଛନ୍ତି । ଗୋଟିଏ ପଟେ ଇ-ସିଗାରେଟ ଦେଶରେ ପ୍ରତିବନ୍ଧକ ହୋଇଥିବା ବେଳେ ସଦନରେ ଏଭଳି ଘଟଣା ଚର୍ଚ୍ଚାକୁ ଦ୍ବିଗୁଣିତ କରିଛି ।

ଅନୁରାଗ ଠାକୁରଙ୍କ ସମର୍ଥନରେ ଗିରିରାଜ ସିଂହ- କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ ଅନୁରାଗ ଠାକୁରଙ୍କ ସମର୍ଥନରେ ବାହାରିଛନ୍ତି । ସେ କହିଛନ୍ତି ଯେ, ଅନୁରାଗ ଠାକୁର ଏପରି ଜଣେ ସଦସ୍ୟ ଯିଏ ପ୍ରକୃତ ପ୍ରମାଣ ସହିତ ହିଁ କୌଣସି ପ୍ରସଙ୍ଗ ଉଠାଇଥାନ୍ତି । ଯଦି ଜଣେ ସଦନରେ ବସି ସିଗାରେଟ ପିଉଛନ୍ତି ଏହାଠାରୁ ଲଜ୍ଜାଜନକ ଘଟଣା ଆଉ କିଛି ନାହିଁ ।

ବିବାଦ ପରେ ଟିଏମସି ସାଂସଦ ଡୋଲା ସେନ ପାଲଟା ଆକ୍ରମଣ କରି କହିଛନ୍ତି, ଯେଉଁମାନଙ୍କର ନଜର ରଖିବା କାମ ସେମାନେ ତାହା ହିଁ କରିବେ । ଅନୁରାଗ ଠାକୁର କୌଣସି ଗୁରୁ ନୁହନ୍ତି ଯେ ତାଙ୍କ କଥା ଆମେ ଶୁଣିବାକୁ ବାଧ୍ୟ ହେବୁ ।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri