Pahalgam Terror Attack: କଶ୍ମୀରରେ ପହଞ୍ଚି ଭୋ ଭୋ ହୋଇ କାନ୍ଦିଲେ ଅପରାଜିତା, କହିଲେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ ପୁରା ବିଶ୍ୱ ମଧ୍ୟ ସ୍ତମ୍ଭୀଭୂତ ହୋଇଯାଇଛି। ତେବେ ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହା ଓ ରାହୁଲ ଗାନ୍ଧୀ କଡ଼ା ନିନ୍ଦା କରିଛନ୍ତି।

ଏହାରି ଭିତରେ ଖବର ଆସିଛି ଯେ, ଆତଙ୍କବାଦୀ ହମଲାରେ ମୃତ ଓଡ଼ିଆ ପର୍ଯ୍ୟଟକଙ୍କ ପତ୍ନୀ ଓ ପୁଅକୁ ପହଲଗାମରେ ଭେଟିଛନ୍ତି ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ।  ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅପରାଜିତା ।  ମୃତ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥୀଙ୍କ ପରିବାରକୁ ମଧ୍ୟ ଭେଟିଛନ୍ତି ଅପରାଜିତା । ମୃତ ଓଡ଼ିଆ ପ୍ରଶାନ୍ତ ଶତପଥିଙ୍କ ପତ୍ନୀ ପ୍ରିୟଦର୍ଶିନୀ, ତାଙ୍କ ପୁଅ ଏବଂ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି ।

ଏ ନେଇ ସେ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଭିଡ଼ିଓ ସେୟାର କରିଛନ୍ତି । ସେ ଲେଖିଛନ୍ତି, ଜମ୍ମୁ କଶ୍ମୀର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ଅକାଳ ନିଧନ ହୋଇଥିବା ନାଗରିକ ମାନଙ୍କୁ ପୁଷ୍ପାଞ୍ଜଳି ପ୍ରଦାନ କରିଛି । ଏହି ଆକ୍ରମଣରେ ନିଧନ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥିଙ୍କ ପରିବାରବର୍ଗଙ୍କ ସହ ସାକ୍ଷାତ କରି ସମବେଦନା ଜ୍ଞାପନ କରିବା ସହ ଦୁଃଖରେ ସାମିଲ ହେଲି । ମହାପ୍ରଭୁ ଜଗନ୍ନାଥ ଅମର ଆତ୍ମାକୁ ସଦଗତି ଏବଂ ପରିବାର ବର୍ଗଙ୍କୁ ଶକ୍ତି ପ୍ରଦାନ କରନ୍ତୁ ।

ମଙ୍ଗଳବାର ଅପରାହ୍ନରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିବାରୁ ଦୁଇଜଣ ବିଦେଶୀ ପର୍ଯ୍ୟଟକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦ ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣର ଦାୟିତ୍ୱ ଲସ୍କର-ଏ-ତୈବାର ହିଟ ସ୍କ୍ବାଡ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF) ନେଇଛି, ଯାହା କଶ୍ମୀରରେ ଆତଙ୍କର ନୂତନ ପ୍ରତିଶବ୍ଦ ପାଲଟିଛି।
Pahalgam Attack ପରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ପହଲଗାମର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏହି ସମୟରେ, ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ସାଉଦି ଆରବ ଗସ୍ତରୁ ଭାରତ ଫେରି ଆସିଛନ୍ତି। ବୁଧବାର ସେ ଜମ୍ମୁ ଓ କଶ୍ମୀର ଗସ୍ତ କରିବାର ସମ୍ଭାବନା ରହିଛି।
ଆତଙ୍କବାଦୀ ଘଟଣା ସମ୍ପର୍କରେ ଅମିତ ଶାହା କହିଛନ୍ତି ଯେ ଏହି ଜଘନ୍ୟ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଲୋକଙ୍କୁ ଛଡ଼ାଯିବ ନାହିଁ ଏବଂ ଆମେ ଅପରାଧୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କୁ କଠୋରତମ ଦଣ୍ଡ ଦେବୁ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କିଛି ସମୟ ପୂର୍ବରୁ ଶ୍ରୀନଗରରେ ପହଞ୍ଚିଥିଲେ। ସ୍ବରାଷ୍ଟ୍ରମନ୍ତ୍ରୀ ସମସ୍ତ ଏଜେନ୍ସି ସହିତ ଏକ ସୁରକ୍ଷା ସମୀକ୍ଷା ବୈଠକ କରିଥିଲେ।
ପହଲଗାମରେ ହୋଇଥିବା Terror Attack ସମ୍ପର୍କରେ ଅମିତ ଶାହା କହିଛନ୍ତି ଯେ ଭାରତ ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ। ଏହି ନୃଶଂସ ଆତଙ୍କବାଦୀ ଆକ୍ରମଣର ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ।
ପହଲଗାମରେ ସମ୍ପ୍ରତି ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ବିଷୟରେ ଆଲୋଚନା କରିବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟରେ ଏକ ଉଚ୍ଚସ୍ତରୀୟ ବୈଠକ ଚାଲିଛି। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପ୍ରତିରକ୍ଷା ମୁଖ୍ୟ (CDS) ଅନିଲ ଚୌହାନ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲ ବୈଠକରେ ଉପସ୍ଥିତ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri