Pahalgam Terror Attack: କଶ୍ମୀରରେ ପହଞ୍ଚି ଭୋ ଭୋ ହୋଇ କାନ୍ଦିଲେ ଅପରାଜିତା, କହିଲେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ ପୁରା ବିଶ୍ୱ ମଧ୍ୟ ସ୍ତମ୍ଭୀଭୂତ ହୋଇଯାଇଛି। ତେବେ ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦି, ଅମିତ ଶାହା ଓ ରାହୁଲ ଗାନ୍ଧୀ କଡ଼ା ନିନ୍ଦା କରିଛନ୍ତି।

ଏହାରି ଭିତରେ ଖବର ଆସିଛି ଯେ, ଆତଙ୍କବାଦୀ ହମଲାରେ ମୃତ ଓଡ଼ିଆ ପର୍ଯ୍ୟଟକଙ୍କ ପତ୍ନୀ ଓ ପୁଅକୁ ପହଲଗାମରେ ଭେଟିଛନ୍ତି ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ।  ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅପରାଜିତା ।  ମୃତ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥୀଙ୍କ ପରିବାରକୁ ମଧ୍ୟ ଭେଟିଛନ୍ତି ଅପରାଜିତା । ମୃତ ଓଡ଼ିଆ ପ୍ରଶାନ୍ତ ଶତପଥିଙ୍କ ପତ୍ନୀ ପ୍ରିୟଦର୍ଶିନୀ, ତାଙ୍କ ପୁଅ ଏବଂ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି ।

ଏ ନେଇ ସେ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଭିଡ଼ିଓ ସେୟାର କରିଛନ୍ତି । ସେ ଲେଖିଛନ୍ତି, ଜମ୍ମୁ କଶ୍ମୀର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ଅକାଳ ନିଧନ ହୋଇଥିବା ନାଗରିକ ମାନଙ୍କୁ ପୁଷ୍ପାଞ୍ଜଳି ପ୍ରଦାନ କରିଛି । ଏହି ଆକ୍ରମଣରେ ନିଧନ ଓଡ଼ିଶାର ପ୍ରଶାନ୍ତ କୁମାର ଶତପଥିଙ୍କ ପରିବାରବର୍ଗଙ୍କ ସହ ସାକ୍ଷାତ କରି ସମବେଦନା ଜ୍ଞାପନ କରିବା ସହ ଦୁଃଖରେ ସାମିଲ ହେଲି । ମହାପ୍ରଭୁ ଜଗନ୍ନାଥ ଅମର ଆତ୍ମାକୁ ସଦଗତି ଏବଂ ପରିବାର ବର୍ଗଙ୍କୁ ଶକ୍ତି ପ୍ରଦାନ କରନ୍ତୁ ।

ମଙ୍ଗଳବାର ଅପରାହ୍ନରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିବାରୁ ଦୁଇଜଣ ବିଦେଶୀ ପର୍ଯ୍ୟଟକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦ ଜଣ ଆହତ ହୋଇଛନ୍ତି। ଏହି ଆକ୍ରମଣର ଦାୟିତ୍ୱ ଲସ୍କର-ଏ-ତୈବାର ହିଟ ସ୍କ୍ବାଡ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF) ନେଇଛି, ଯାହା କଶ୍ମୀରରେ ଆତଙ୍କର ନୂତନ ପ୍ରତିଶବ୍ଦ ପାଲଟିଛି।
Pahalgam Attack ପରେ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ପହଲଗାମର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏହି ସମୟରେ, ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ସାଉଦି ଆରବ ଗସ୍ତରୁ ଭାରତ ଫେରି ଆସିଛନ୍ତି। ବୁଧବାର ସେ ଜମ୍ମୁ ଓ କଶ୍ମୀର ଗସ୍ତ କରିବାର ସମ୍ଭାବନା ରହିଛି।
ଆତଙ୍କବାଦୀ ଘଟଣା ସମ୍ପର୍କରେ ଅମିତ ଶାହା କହିଛନ୍ତି ଯେ ଏହି ଜଘନ୍ୟ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଲୋକଙ୍କୁ ଛଡ଼ାଯିବ ନାହିଁ ଏବଂ ଆମେ ଅପରାଧୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କୁ କଠୋରତମ ଦଣ୍ଡ ଦେବୁ। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କିଛି ସମୟ ପୂର୍ବରୁ ଶ୍ରୀନଗରରେ ପହଞ୍ଚିଥିଲେ। ସ୍ବରାଷ୍ଟ୍ରମନ୍ତ୍ରୀ ସମସ୍ତ ଏଜେନ୍ସି ସହିତ ଏକ ସୁରକ୍ଷା ସମୀକ୍ଷା ବୈଠକ କରିଥିଲେ।
ପହଲଗାମରେ ହୋଇଥିବା Terror Attack ସମ୍ପର୍କରେ ଅମିତ ଶାହା କହିଛନ୍ତି ଯେ ଭାରତ ଆତଙ୍କବାଦ ଆଗରେ ମୁଣ୍ଡ ନୁଆଁଇବ ନାହିଁ। ଏହି ନୃଶଂସ ଆତଙ୍କବାଦୀ ଆକ୍ରମଣର ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ।
ପହଲଗାମରେ ସମ୍ପ୍ରତି ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ବିଷୟରେ ଆଲୋଚନା କରିବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟରେ ଏକ ଉଚ୍ଚସ୍ତରୀୟ ବୈଠକ ଚାଲିଛି। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପ୍ରତିରକ୍ଷା ମୁଖ୍ୟ (CDS) ଅନିଲ ଚୌହାନ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲ ବୈଠକରେ ଉପସ୍ଥିତ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri