କାନ୍ଦିଲେ ଅପରାଜିତା

ପୁରୀ ଅଫିସ,୨୭।୪: ମହାପ୍ରଭୁଙ୍କ ଦର୍ଶନ ପାଇଁ ବାହାରିଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ସେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ପଦଯାତ୍ରାରେ ସାମିଲ ହେବା କାର୍ଯ୍ୟକ୍ରମ ରହିଥିଲା। ହେଲେ ପୁରୀ ପ୍ରଶାସନ ପକ୍ଷରୁ ଅନୁମତି ନ ମିଳିବାରୁ ସେ କେବଳ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯିବେ ବୋଲି କୁହାଯାଇଥିଲା। ହେଲେ ବୁଧବାର ଚନ୍ଦନପୁର କାଠପୋଲ ନିକଟରେ ପୋଲିସ ଓ ପ୍ରଶାସନ ତାଙ୍କୁ ଅଟକାଇବା ପରେ ସେଠାରୁ ସେ ଚାଲି ଚାଲି ପୁରୀ ଅଭିମୁଖେ ବାହାରିଥିଲେ। ପ୍ରାୟ ଦେଢ କିମି ଚାଲି ମାଳତିପୁର ଷ୍ଟେଶନ ନିକଟରେ ପହଞ୍ଚିବା ପରେ ତାଙ୍କୁ ଗାଡ଼ି ଯୋଗେ ଶ୍ରୀମନ୍ଦିର ଅଭିମୁଖେ ଯିବାକୁ ଅନୁମତି ମିଳିଥିଲା। ଅପରାଜିତା ପୁରୀ ସିଂହଦ୍ୱାର ସମ୍ମୁଖରେ ପହଞ୍ଚି ପ୍ରଭୁଙ୍କୁ ପ୍ରଣାମ କରି ଅରୁଣ ସ୍ତମ୍ଭ ନିକଟରେ ନିକଟରେ କିଛି ସମୟ ପାଇଁ ବସି ପଡ଼ିଥିଲେ। ଏପରିକି ସେ ବଡ଼ଦାଣ୍ଡରେ ମୁଣ୍ଡିଆ ମାରି କାନ୍ଦି ପକାଇଥିଲେ। ଏହାପରେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri