Posted inଜାତୀୟ

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ ଚାମ୍ବରରେ ଦଳୀୟ ନେତା ଏବଂ ସଂସଦ ସଦସ୍ୟଙ୍କ ସହିତ ଏକ ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାରତୀୟ ଜାତୀୟ କଂଗ୍ରେସ ନେତା ତଥା ୱାୟାନାଡ ଏମ୍‌ପି ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଆଜମଗଡ ଏମ୍‌ପି ଧର୍ମେନ୍ଦ୍ର ଯାଦବ ଏବଂ ଘୋସି ଏମ୍‌ପି ରାଜୀବ ରାୟଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

ସୂତ୍ର ଅନୁସାରେ, ଧର୍ମେନ୍ଦ୍ର ଯାଦବ ଗୃହ ଅଧିବେଶନର ଅବଧି ବୃଦ୍ଧି କରିବାକୁ ଦାବି କରିଥିଲେ। ସେ କହିଥିଲେ, ଅଧିବେଶନ ବହୁତ ଛୋଟ ଥିଲା ଏବଂ ଏହାକୁ ବୃଦ୍ଧି କରାଯିବା ଉଚିତ। ପ୍ରଧାନମନ୍ତ୍ରୀ ମୋଦି ହସି ହସି କହିଥିଲେ, ହଁ, ସ୍ଲୋଗାନ ଦେବା ପାଇଁ…।

ବୈଠକ ପରେ ସଂସଦ ପରିସରରେ ଧର୍ମେନ୍ଦ୍ର ଯାଦବ ମଧ୍ୟ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଏହା ଏକ ପରମ୍ପରା ରହିଆସିଛି ଯେ ଅଧିବେଶନ ଶେଷରେ ବାଚସ୍ପତି ସମସ୍ତ ଦଳ ସହିତ ଏକ ବୈଠକ କରନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ଅନେକ ବିଷୟରେ ଆଲୋଚନା ହୋଇଥିଲା, ଯାହା ଆମେ ବାହାରେ ପ୍ରକାଶ କରିପାରିବୁ ନାହିଁ।

ସୂଚନାଯୋଗ୍ୟ, ଶୁକ୍ରବାର ଲୋକସଭାକୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ମୁଲତବୀ କରାଯାଇଥିଲା। ଡିସେମ୍ବର ୧ ତାରିଖରେ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri