Posted inଜାତୀୟ

ନିର୍ବାଚନ ପୂର୍ବରୁ ୪୦ କୋଟିର ବିମାନ ଯାତ୍ରା କରିବେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂଙ୍କ ମନ୍ତ୍ରୀ

ଭୋପାଳ,୧୮।୭: ନିର୍ବାଚନକୁ ନେଇ ମଧ୍ୟପ୍ରଦେଶର ଶିବରାଜ ସିଂ ଚୈହାନ ସରକାର ପ୍ରସ୍ତୁତ ହେଉଛନ୍ତି। ରାଜ୍ୟର ପ୍ରତ୍ୟେକ ଛୋଟ ଏବଂ ବଡ ପ୍ରସଙ୍ଗକୁ ଗୁରୁତ୍ୱ ଦିଆଯାଉଛି। ସରକାରଙ୍କ ଯୋଜନାକୁ ଜନସାଧାରଣଙ୍କ ନିକଟକୁ ନେବାରେ କୌଣସି ଅସୁବିଧା ନହେବାକୁ ସରକାର ୧୨ଟି ବେସରକାରୀ ବିମାନ ଚୁକ୍ତି କରିଛନ୍ତି, ଯାହାଫଳରେ ମୁଖ୍ୟମନ୍ତ୍ରୀ ଶିବରାଜଙ୍କ ସମେତ ମନ୍ତ୍ରୀମାନେ ବିମାନ ବ୍ୟବହାର କରି ଜନସାଧାରଣଙ୍କ ନିକଟରେ ପହଞ୍ଚି ପାରିବେ। ଆଚରଣ ସଂହିତା ଲାଗୁ ନ ହେବା ପର୍ଯ୍ୟନ୍ତ ଏହି ବିମାନଗୁଡିକ ବ୍ୟବହାର କରାଯାଇପାରିବ। ରାଜ୍ୟ ସରକାର ୧୩ ବର୍ଷ ମଧ୍ୟରେ ବିମାନ କମ୍ପାନୀମାନଙ୍କୁ ଭଡ଼ା ଭାବରେ ୧୧୩ କୋଟି ୪୫ ଲକ୍ଷ ୭୦ ହଜାର ୫୩୭ ଟଙ୍କା ପ୍ରଦାନ କରିଛନ୍ତି।

୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶିବରାଜ କ୍ୟାବିନେଟ ଘରୋଇ ବିମାନ ପାଇଁ ୩୦ କୋଟି ଟଙ୍କା ବଜେଟ ବ୍ୟବସ୍ଥା କରିଥିଲା, କିନ୍ତୁ ବର୍ତ୍ତମାନ ଏହାକୁ ୪୦ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଏହି ବଜେଟରୁ ବିମାନ ଯାତ୍ରା ପାଇଁ ବିମାନ ସେବା ପ୍ରଦାନ କରାଯିବ। ଏହି ବିମାନକୁ ମୁଖ୍ରମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସମେତ କ୍ୟାବିନେଟ ସଦସ୍ୟମାନେ ବ୍ୟବହାର କରିବେ। ଏହି ବିମାନଗୁଡିକ ବ୍ୟବହାର କରି ମନ୍ତ୍ରୀ ଜନସାଧାରଣଙ୍କ ମଧ୍ୟରେ ପହଞ୍ଚି ସରକାରଙ୍କ କଲ୍ୟାଣ ଯୋଜନା ବିଷୟରେ ଜନସାଧାରଣଙ୍କୁ ଜଣାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri