Posted inଜାତୀୟ

ସମାଜବାଦୀ ପାର୍ଟି ଏମ୍‌ପି ଆଜମ ଖାଁ ଅସୁସ୍ଥ, ଜେଲରୁ ହସ୍ପିଟାଲ ସ୍ଥାନାନ୍ତର

ଲକ୍ଷ୍ନୌ,୧୯ ।୭: ସମାଜବାଦୀ ପାର୍ଟି ଏମ୍‌ପି ଆଜମ ଖାଁ ପୁଣି ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ସୀତାପୁର ଜେଲରୁ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାୟ ୧ ସପ୍ତାହ ପୂର୍ବେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ବେଳେ ଏବେ ପୁଣିଥରେ ଅସୁସ୍ଥ ହୋଇ ପଡିଛନ୍ତି । ସୂଚନାଯୋଗ୍ୟ, ସୋମବାର ତାଙ୍କର ଅକ୍ସିଜେନ ଲେବଲ ୯୦ ହୋଇଯାଇଥିବା ବେଳେ, ଚିନ୍ତାରେ ପଡିଯାଇଥିଲେ ଜେଲ ଅଧିକାରୀ । ଏହାପରେ ଡାକ୍ତର ଡାକି ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବାକୁ ସ୍ଥିର କରାଯାଇଥିଲା । ରାମପୁରର ଏମ୍‌ପି ତଥା ସମାଜବାଦୀ ପାର୍ଟି ନେତା ଆଜମ ଖାଁ୨୭ ଫେବୃୟାରୀ ୨୦୨୦ରୁ ସୀତାପୁର ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି । ୩୦ ଏପ୍ରିଲ ୨୦୨୧ରେ କରୋନାର ଦ୍ୱିତୀୟ ଲହର ଚାଲିଥିବା ବେଳେ ଜେଲ ପ୍ରଶାସନ କେତେଜଣ କଏଦୀଙ୍କ ସାମ୍ପଲ ସଂଗ୍ରହ କରି ପରୀକ୍ଷା କରାଇଥିଲା । ସେମାନଙ୍କ ମଧ୍ୟରୁ ଆଜମଙ୍କ ସମେତ ୧୩ ଜଣ କରୋନାରେ ପୀଡ଼ିତ ଥିବା ମେ’ ୧ର ଆସିଥିବା ରିପୋର୍ଟରୁ ଜଣାପଡିଥିଲା । କିଛିଦିନ ଆଜମଙ୍କୁ ଜେଲରେ ଚିକିତ୍ସା କରାଯାଇଥିଲେ ବି ତାଙ୍କ ସ୍ୱାସ୍ଥ୍ୟରେ କୌଣସି ପରିବର୍ତ୍ତନ ନ ଆସିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri