Posted inଜାତୀୟ

ସମାଜବାଦୀ ପାର୍ଟି ଏମ୍‌ପି ଆଜମ ଖାଁ ଅସୁସ୍ଥ, ଜେଲରୁ ହସ୍ପିଟାଲ ସ୍ଥାନାନ୍ତର

ଲକ୍ଷ୍ନୌ,୧୯ ।୭: ସମାଜବାଦୀ ପାର୍ଟି ଏମ୍‌ପି ଆଜମ ଖାଁ ପୁଣି ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ସୀତାପୁର ଜେଲରୁ ଲକ୍ଷ୍ନୌର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାୟ ୧ ସପ୍ତାହ ପୂର୍ବେ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ବେଳେ ଏବେ ପୁଣିଥରେ ଅସୁସ୍ଥ ହୋଇ ପଡିଛନ୍ତି । ସୂଚନାଯୋଗ୍ୟ, ସୋମବାର ତାଙ୍କର ଅକ୍ସିଜେନ ଲେବଲ ୯୦ ହୋଇଯାଇଥିବା ବେଳେ, ଚିନ୍ତାରେ ପଡିଯାଇଥିଲେ ଜେଲ ଅଧିକାରୀ । ଏହାପରେ ଡାକ୍ତର ଡାକି ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବାକୁ ସ୍ଥିର କରାଯାଇଥିଲା । ରାମପୁରର ଏମ୍‌ପି ତଥା ସମାଜବାଦୀ ପାର୍ଟି ନେତା ଆଜମ ଖାଁ୨୭ ଫେବୃୟାରୀ ୨୦୨୦ରୁ ସୀତାପୁର ଜେଲରେ ବନ୍ଦୀ ଜୀବନ କାଟୁଛନ୍ତି । ୩୦ ଏପ୍ରିଲ ୨୦୨୧ରେ କରୋନାର ଦ୍ୱିତୀୟ ଲହର ଚାଲିଥିବା ବେଳେ ଜେଲ ପ୍ରଶାସନ କେତେଜଣ କଏଦୀଙ୍କ ସାମ୍ପଲ ସଂଗ୍ରହ କରି ପରୀକ୍ଷା କରାଇଥିଲା । ସେମାନଙ୍କ ମଧ୍ୟରୁ ଆଜମଙ୍କ ସମେତ ୧୩ ଜଣ କରୋନାରେ ପୀଡ଼ିତ ଥିବା ମେ’ ୧ର ଆସିଥିବା ରିପୋର୍ଟରୁ ଜଣାପଡିଥିଲା । କିଛିଦିନ ଆଜମଙ୍କୁ ଜେଲରେ ଚିକିତ୍ସା କରାଯାଇଥିଲେ ବି ତାଙ୍କ ସ୍ୱାସ୍ଥ୍ୟରେ କୌଣସି ପରିବର୍ତ୍ତନ ନ ଆସିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

ଦ୍ରୁତଗତିରେ ବାଇକ୍ ଚାଳନାକୁ ନେଇ ଗୋଷ୍ଠୀ ସଂଘର୍ଷ: ବୁଲିଲା ଠେଙ୍ଗା, ରଣକ୍ଷେତ୍ର ପାଲଟିଲା ଗାଁ ରାସ୍ତା

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅନ୍ତର୍ଗତ ବଜ୍ରଗୁମ୍ମା ଗ୍ରାମର ଓଡ଼ିଆ ସାହିରେ ଗୁରୁବାର ଅପରାହ୍ନରେ ଦ୍ରୁତଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?