ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ ସାଂସଦ ଅମରନାଥ ପ୍ରଧାନଙ୍କ ପ୍ରତିନିଧି ତଥା କ୍ରୀଡ଼ା ସଂଗଠକ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ କରିଛି।
ରେଢ଼ାଖୋଲ ବ୍ଲକ ଯୁବରାଜପୁର ଗ୍ରାମର ମୂଳ ବାସିନ୍ଦା ଦୁଲାଲ ବର୍ତ୍ତମାନ ସମ୍ବଲପୁର ସାକ୍ଷୀପଡ଼ାରେ ରହୁଛନ୍ତି। ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରି ଆଜି ପର୍ଯ୍ୟନ୍ତ କଂଗ୍ରେସ ସହିତ ଜଡ଼ିତ ରହିଛନ୍ତି। ୧୯୯୨ରେ ସେ ପ୍ରଥମଥର ପାଇଁ ଜାତୀୟ କଂଗ୍ରେସ ପରିଚାଳିତ ଭାରତୀୟ ଜାତୀୟ ଛାତ୍ର ସଂଘର ସାଂଗଠନିକ ସମ୍ପାଦକ ଦାୟିତ୍ୱ ଗ୍ରହଣ କରି ପରବର୍ତ୍ତୀ କାଳରେ ସମ୍ବଲପୁର ନଗର ସଭାପତି, ଜିଲା ଓ ରାଜ୍ୟ ସାଧାରଣ ସମ୍ପାଦକ ପଦବୀରେ ରହିଥିଲେ। ୨୦୦୯ରୁ ୨୦୧୮ ପର୍ଯ୍ୟନ୍ତ ସେ ଜିଲା କଂଗ୍ରେସ କମିଟିର ଉପସଭାପତି ପଦବୀରେ ରହିଥିଲେ। ୨୦୧୮ରୁ ୨୦୨୩ ପର୍ଯ୍ୟନ୍ତ ସେ ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଓ ପରେ ଆଜି ପର୍ଯ୍ୟନ୍ତ ସାଧାରଣ ସମ୍ପାଦକ ପଦବୀରେ ରହିଛନ୍ତି। ଏହାସହିତ ସେ ସମ୍ବଲପୁରର ବିଭିନ୍ନ କ୍ରୀଡ଼ା ସଂଘ ସହିତ ଜଡ଼ିତ ରହି ବିଭିନ୍ନ ପଦପଦବୀରେ ରହିଛନ୍ତି।

ସମ୍ବଲପୁର ସଂସଦୀୟ କ୍ଷେତ୍ରରେ କଂଗ୍ରେସ ପ୍ରାର୍ଥୀ ଭାବେ ତାଙ୍କ ନାମ ଘୋଷଣା ଏଠାରେ ରାଜନୈତିକ ସମୀକରଣକୁ ଏକ ଭିନ୍ନ ମୋଡ଼ ଦେଇଛି। ପୂର୍ବରୁ ଦୁଇ ପ୍ରମୁଖ ଦଳ ବିଜେଡି ଓ ଭାଜପା ଯଥାକ୍ରମେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ହେଭିୱେଟ୍‌ ନେତାଙ୍କୁ ପ୍ରାର୍ଥୀ ଘୋଷଣା କରିସାରିଛି। ଉଭୟ ନେତା ସମ୍ବଲପୁର ସଂସଦୀୟ କ୍ଷେତ୍ର ବାହାର ବାସିନ୍ଦା। ଏଭଳି କ୍ଷେତ୍ରରେ ସମ୍ଭବତଃ ଦୁଲାଲଙ୍କୁ ପ୍ରାର୍ଥୀ କରି ସ୍ଥାନୀୟ କାର୍ଡ ଖେଳିଛି କଂଗ୍ରେସ। ତେବେ ଦୁଇ ହେଭିୱେଟ ନେତାଙ୍କୁ ଦୁଲାଲ କିଭଳି ଟକ୍କର ଦେବେ ସେ ନେଇ ଏଠାରେ ଚର୍ଚ୍ଚା ଜୋର ଧରିଛି। ହେଲେ ଦୁଲାଲଙ୍କ ବ୍ୟକ୍ତିତ୍ୱ ଓ ତାଙ୍କର ସାଂଗଠନିକ ଦକ୍ଷତା ଯୋଗୁ ସେ ଉଭୟ ହେଭିୱେଟଙ୍କ ପାଇଁ ପ୍ରତିଦ୍ୱନ୍ଦ୍ୱୀ ଭାବେ ଉଭାହେବା ସମ୍ଭାବନାକୁ ଅସ୍ବୀକାର କରାଯାଇ ନ ପାରେ ବୋଲି ରାଜନୀତି ସମୀକ୍ଷକଙ୍କ ମତ। ସୂଚନାଯୋଗ୍ୟ ଯେ, ଅତୀତରେ ଅମରନାଥଙ୍କ ପ୍ରତି ରହିଥିବା ଜନସମର୍ଥନ ବିଶେଷ କରି ଚଷା ଭୋଟରଙ୍କ ସମର୍ଥନ ଯୋଗୁ ୨୦୦୯ରେ ରାଜ୍ୟରେ ବିଜେଡି ହାୱା ସତ୍ତ୍ୱେ ତାଙ୍କ ଜରିଆରେ କଂଗ୍ରେସ ସମ୍ବଲପୁର ଲୋକ ସଭା ଆସନ ଦଖଲ କରିବାରେ ସକ୍ଷମ ହୋଇଥିଲା। ଏହା ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଅମରନାଥଙ୍କ ପତିଆରାକୁ ପ୍ରମାଣିତ କରିଥିଲା। ତାଙ୍କର ଏହି ପତିଆରା ଓ ଚଷା ଭୋଟରଙ୍କ ସମର୍ଥନ ଦୁଲାଲଙ୍କ କ୍ଷେତ୍ରରେ ମଧ୍ୟ ଭୋଟରେ ରୂପାନ୍ତରିତ ହେବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri