Posted inଜାତୀୟ

ଉତ୍ତରାଖଣ୍ଡ ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଦେବେ ୫ ଲକ୍ଷ ଲେଖାଏଁ ସହାୟତା

ଡେରାଡୁନ,୬ ।୬: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଯମୁନେତ୍ରୀ ଜାତୀୟ ରାଜପଥରେ ରିଖାଉ ଖଡ୍ଡେ ନିକଟରେ ହୋଇଥିବା ବସ୍ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରବିବାର ଏକ ଯାତ୍ରୀବାହୀ ବସ ଖାଲ ମଧ୍ୟକୁ ଖସିପଡିବା ଫଳରେ ଏହି ଦୁର୍ଘଟଣା ଘଟିଛି । ବସଟି ନିୟନ୍ତ୍ରଣ ହରାଇ ଖାଲ ମଧ୍ୟକୁ ଖସି ପଡିଥିବା କୁହାଯାଉଛି । ତେବେ ଖବର ପାଇଁ ତୁରନ୍ତ ଘଟଣାସ୍ଥଳରେ ପୋଲିସ ଓ ଏନଡିଆରଏଫ ଟିମ ପହଞ୍ଚିବା ସହ ମୃତାହତଙ୍କୁ ଉଦ୍ଧାର କରିଥିଲେ । ଏହି ଘଟଣା ପରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ବିପର୍ଯ୍ୟୟ ନିୟନ୍ତ୍ରଣ କକ୍ଷରେ ପହଞ୍ଚିଥିଲେ ।
ଏହାପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଡେରାଡୁନ ପହଞ୍ଚିଥିଲେ । ସେଠାରେ ପହଞ୍ଚିବା ପରେ ଶିବରାଜ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିଜନଙ୍କୁ ୫-୫ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦-୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ । ଶିବରାଜ କହିଥିଲେ ମୁଁ ଡେରାଡୁନର ବିପର୍ଯ୍ୟୟ ନିୟନ୍ତ୍ରଣ କକ୍ଷରେ ରହିଛି । ଏଠାରୁ ବସ ଦୁର୍ଘଟଣା ସମ୍ପର୍କରେ ସମସ୍ତ ସୂଚନା ମିଳିଛି । ଘଟଣାସ୍ଥଳରେ ଡିଏମ, ଏସପି, ଡିଆଇଜି, ଏନଡିଆରଏଫ୍ ଓ ଏସଡିଆରଏଫ ଟିମ ରହିଛନ୍ତି । ୨ ଜଣଙ୍କର ଏବେ ପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳି ନ ଥିବା ବେଳେ ୩ ଆହତ ମାକ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସୋମବାର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ ଘଟଣାସ୍ଥଳ ପରିଦର୍ଶନ କରିବେ ଶିବରାଜ ।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?