ଏମ୍‌ପି, ଜିଲାପାଳଙ୍କ ଉଚ୍ଚସୋପାନ ସେତୁ ପରିଦର୍ଶନ

ଧାମନଗର,୧।୩(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଦୋବଲ ବଜାର ନିକଟରେ ଗେଙ୍ଗୁଟି ନଦୀ ଉପରେ ଏକ ଉଚ୍ଚସୋପାନ ସେତୁ ନିର୍ମାଣ କରାଯାଇଛି। ହେଲେ ଦୁଇପାର୍ଶ୍ୱରେ ଆପ୍ରୋଚ ରୋଡ୍‌ କରା ନ ଯିବାରୁ ପୋଲ ଲୋକଙ୍କ କାମରେ ଆସୁନି। ବୈତରଣୀ ନଦୀରେ ବନ୍ୟା ଆସିଲେ ଶାଖା ଗେଙ୍ଗୁଟିରେ ବଡ଼ ବନ୍ୟା ଆସି ଏଠାରେ ଥିବା ପୁରୁଣା କଂକ୍ରିଟ ପୋଲ ବୁଡ଼ିଯାଇ ଯାତାୟାତ ବନ୍ଦ ହୋଇଥାଏ। ବନ୍ୟା ସମୟରେ ୫ ପଞ୍ଚାୟତର ଲୋକେ ଧାମନଗର କିମ୍ବା ଦୋବଲ ବଜାରକୁ ଆସିପାରନ୍ତି ନାହିଁ। ବିଶେଷକରି ଆନନ୍ଦପୁର, ପାହାଡ଼ପୁର, ଦକ୍ଷିଣକୁରୁଆ, କାଞ୍ଜିଆପାଳ, ଖଡ଼ିପଦା, ସୋହଡ଼ା, ଖଙ୍ଗରା, ଷେଣ୍ଢପୁର, ବେଦପୁର ଓ ସାପୁଆପାଟଣା ଅଞ୍ଚଳର ଲୋକ ବ୍ଲକ ହେଡକ୍ବାର୍ଟରଠାରୁ ବିଚ୍ଛିନ୍ନ ହୋଇଯାଆନ୍ତି। ଏଣୁ ଏଠାରେ ଉଚ୍ଚସୋପାନ ପୋଲ ନିର୍ମାଣ କାମ ବର୍ଷେରୁ ଊର୍ଦ୍ଧ୍ୱ ହେଲା ସରିଥିଲେ ମଧ୍ୟ ଜମିଅଧିଗ୍ରହଣ ସମସ୍ୟା ଯୋଗୁ ଆପ୍ରୋଚ୍‌ ରୋଡ୍‌ ହୋଇପାରୁ ନାହିଁ। ମଙ୍ଗଳବାର ଅପରାହ୍ନରେ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ତହସିଲଦାର କ୍ଷୀରୋଦ କୁମାର ପଣ୍ଡା, ପୂର୍ତ୍ତ ଓ ଗୃହ ବିଭାଗ ସହକାରୀ ଯନ୍ତ୍ରୀ ଅମ୍ବିକା ବଲ୍ଲଭ ସ୍ବାଇଁ ପ୍ରମୁଖ ଏହି ସେତୁ ପରିଦର୍ଶନ କରିଛନ୍ତି। ପାରିପାର୍ଶ୍ୱିକ ଅବସ୍ଥା ଅନୁଧ୍ୟାନ କରି ତୁରନ୍ତ ଜମି ଅଧିଗ୍ରହଣ ସମସ୍ୟା ସମାଧାନ ପାଇଁ ଧାମନଗର ତହସିଲଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ତୁରନ୍ତ ଉଭୟ ପକ୍ଷଙ୍କୁ ଡାକି ଓ ଜମି ମାପଚୁପ କରିବାକୁ ଜିଲାପାଳ ତହସିଲଦାର ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଥାଉ କି, ବନ୍ୟା ସମୟରେ ସମସ୍ୟା ନେଇ ଲୋକେ ବାରମ୍ବାର ଧାମନଗରର ତତ୍କାଳୀନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କୁ ଗେଙ୍ଗୁଟି ନଦୀରେ ପୁରୁଣା ପୋଲ ନିକଟରେ ଆଉ ଗୋଟିଏ ଉଚ୍ଚସୋପାନ ସେତୁ ନିର୍ମାଣ ଲାଗି ଅନୁରୋଧ କରିଥିଲେ। ସେ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। ଅର୍ଥ ମଞ୍ଜୁର ପରେ ୨୦୧୮ ଜାନୁୟାରୀ ୩୦ରେ ପୂର୍ତ୍ତ ବିଭାଗ ପକ୍ଷରୁ ପୋଲ ନିର୍ମାଣ ପାଇଁ ଟେଣ୍ଡର ଡକାଯାଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ କୋଟି ୬୭ ଲକ୍ଷ ୫୫ ହଜାର ୨୪୭ ଟଙ୍କା ବ୍ୟୟବରାଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri