ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ୧୧.୧୦ ଭିତରେ ଅତିଥିମାନଙ୍କୁ ମଞ୍ଚକୁ ସ୍ବାଗତ କରାଯିବା ସହ ମେଳାକୁ ଆନୁଷ୍ଠାନିକ ଉଦ୍‌ଘାଟନ କାର୍ଯ୍ୟକ୍ରମ ଥିଲା। ଏହା ପୂର୍ବରୁ ଜଗତ୍‌ସିଂହପୁର ବିଧାୟକ ଅମରେନ୍ଦ୍ର ଦାସଙ୍କ ସମେତ ଅନ୍ୟ ଅତିଥିମାନେ ସେଠାରେ ପହଞ୍ଚତ୍ ସାରିଥିଲେ। କିନ୍ତୁ ଏମ୍‌ପି ବିଭୁ ତରାଇ ପହଞ୍ଚତ୍ବାରେ ବିଳମ୍ବ ହୋଇଥିଲା। ଏଥିଯୋଗୁ ବିଧାୟକ ଦାସ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ସେଠାରୁ ଚାଲିଯାଇଥିଲେ। ଗଲାବେଳେ ଆୟୋଜକମାନଙ୍କୁ ତାଗିଦା କରି କହିଥିଲେ, ଆପଣମାନଙ୍କ ମନମାନି ଚଳିବ ନାହିଁ। ସମୟ ସବୁଠୁ ମୂଲ୍ୟବାନ୍‌। ଏଥିରେ ଖିଲାପ କଲେ ଗ୍ରହଣ କରାଯିବ ନାହିଁ। ଏହାପରେ ସଭାସ୍ଥଳରେ ନିଆରା ପରିବେଶ ସୃଷ୍ଟି ହୋଇଥିଲା। ଏ ସମ୍ପର୍କରେ ସିଡିଭିଓ ଡା. ଅଜୟ କୁମାର ସାହୁ କହିଛନ୍ତି, ଏମ୍‌ପି ରାସ୍ତାରେ ଥିବାରୁ କିଛି ସମୟ ଅପେକ୍ଷା କରିବାକୁ ଅନୁରୋଧ କରାଯାଇଥିଲା। ଏମ୍‌ପି ଆସିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥାନ୍ତା। ମାତ୍ର ବିଧାୟକ ଦାସ ଅଧଘଣ୍ଟା କାଳ ବସି ରହିଥିବାରୁ ବିଳମ୍ବକୁ ଗ୍ରହଣ କରିପାରି ନ ଥିଲେ। ଯେହେତୁ ଏମ୍‌ପିଙ୍କୁ ଅତିଥି କରି ଡାକିଛନ୍ତି ଅପେକ୍ଷା କରିବାକୁ ପଡ଼ିଥିଲା। ଏପରି କରି ନ ଥିଲେ ତାଙ୍କୁ ଅସମ୍ମାନ ହୋଇଥାନ୍ତା ବୋଲି ଡ. ସାହୁ କହିଛନ୍ତି।

ସୂଚନାଯୋଗ୍ୟ, ନିମନ୍ତ୍ରଣ କାର୍ଡରେ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ମୁଖ୍ୟଅତିଥି, ଏମ୍‌ପି ତରାଇ ମୁଖ୍ୟବକ୍ତା, ବିଧାୟକ ଅମରେନ୍ଦ୍ର ଦାସ, ବାଲିକୁଦା-ଏରସମା ବିଧାୟକ ଶାରଦା ପ୍ରସନ୍ନ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ଜିଲା ପରିଷଦ ସଭାପତି ଭୋଇ, ଜିଲାପାଳ ତଥା ଜିଲା ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅଧ୍ୟକ୍ଷ ଜେ. ସୋନାଲ, ଜଗତ୍‌ସିଂହପୁର ପୌରାଧ୍ୟକ୍ଷା ସିଂହ ଓ ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ ସମ୍ମାନିତ ଅତିଥିଭାବେ ଯୋଗଦେବେ ବୋଲି ଉଲ୍ଲେଖ ଥିଲା। କିନ୍ତୁ ମନ୍ତ୍ରୀ ସ୍ବାଇଁ, ବାଲିକୁଦା-ଏରସମା ବିଧାୟକ, ତିର୍ତ୍ତୋଲ ବିଧାୟକଙ୍କ ସମେତ ଜିଲାପାଳ ଓ ପାରାଦୀପ ପୌରାଧ୍ୟକ୍ଷ ଏଥିରେ ଯୋଗଦେଇ ନ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri