ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ୧୧.୧୦ ଭିତରେ ଅତିଥିମାନଙ୍କୁ ମଞ୍ଚକୁ ସ୍ବାଗତ କରାଯିବା ସହ ମେଳାକୁ ଆନୁଷ୍ଠାନିକ ଉଦ୍‌ଘାଟନ କାର୍ଯ୍ୟକ୍ରମ ଥିଲା। ଏହା ପୂର୍ବରୁ ଜଗତ୍‌ସିଂହପୁର ବିଧାୟକ ଅମରେନ୍ଦ୍ର ଦାସଙ୍କ ସମେତ ଅନ୍ୟ ଅତିଥିମାନେ ସେଠାରେ ପହଞ୍ଚତ୍ ସାରିଥିଲେ। କିନ୍ତୁ ଏମ୍‌ପି ବିଭୁ ତରାଇ ପହଞ୍ଚତ୍ବାରେ ବିଳମ୍ବ ହୋଇଥିଲା। ଏଥିଯୋଗୁ ବିଧାୟକ ଦାସ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି ସେଠାରୁ ଚାଲିଯାଇଥିଲେ। ଗଲାବେଳେ ଆୟୋଜକମାନଙ୍କୁ ତାଗିଦା କରି କହିଥିଲେ, ଆପଣମାନଙ୍କ ମନମାନି ଚଳିବ ନାହିଁ। ସମୟ ସବୁଠୁ ମୂଲ୍ୟବାନ୍‌। ଏଥିରେ ଖିଲାପ କଲେ ଗ୍ରହଣ କରାଯିବ ନାହିଁ। ଏହାପରେ ସଭାସ୍ଥଳରେ ନିଆରା ପରିବେଶ ସୃଷ୍ଟି ହୋଇଥିଲା। ଏ ସମ୍ପର୍କରେ ସିଡିଭିଓ ଡା. ଅଜୟ କୁମାର ସାହୁ କହିଛନ୍ତି, ଏମ୍‌ପି ରାସ୍ତାରେ ଥିବାରୁ କିଛି ସମୟ ଅପେକ୍ଷା କରିବାକୁ ଅନୁରୋଧ କରାଯାଇଥିଲା। ଏମ୍‌ପି ଆସିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥାନ୍ତା। ମାତ୍ର ବିଧାୟକ ଦାସ ଅଧଘଣ୍ଟା କାଳ ବସି ରହିଥିବାରୁ ବିଳମ୍ବକୁ ଗ୍ରହଣ କରିପାରି ନ ଥିଲେ। ଯେହେତୁ ଏମ୍‌ପିଙ୍କୁ ଅତିଥି କରି ଡାକିଛନ୍ତି ଅପେକ୍ଷା କରିବାକୁ ପଡ଼ିଥିଲା। ଏପରି କରି ନ ଥିଲେ ତାଙ୍କୁ ଅସମ୍ମାନ ହୋଇଥାନ୍ତା ବୋଲି ଡ. ସାହୁ କହିଛନ୍ତି।

ସୂଚନାଯୋଗ୍ୟ, ନିମନ୍ତ୍ରଣ କାର୍ଡରେ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ମୁଖ୍ୟଅତିଥି, ଏମ୍‌ପି ତରାଇ ମୁଖ୍ୟବକ୍ତା, ବିଧାୟକ ଅମରେନ୍ଦ୍ର ଦାସ, ବାଲିକୁଦା-ଏରସମା ବିଧାୟକ ଶାରଦା ପ୍ରସନ୍ନ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, ଜିଲା ପରିଷଦ ସଭାପତି ଭୋଇ, ଜିଲାପାଳ ତଥା ଜିଲା ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅଧ୍ୟକ୍ଷ ଜେ. ସୋନାଲ, ଜଗତ୍‌ସିଂହପୁର ପୌରାଧ୍ୟକ୍ଷା ସିଂହ ଓ ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳ ସମ୍ମାନିତ ଅତିଥିଭାବେ ଯୋଗଦେବେ ବୋଲି ଉଲ୍ଲେଖ ଥିଲା। କିନ୍ତୁ ମନ୍ତ୍ରୀ ସ୍ବାଇଁ, ବାଲିକୁଦା-ଏରସମା ବିଧାୟକ, ତିର୍ତ୍ତୋଲ ବିଧାୟକଙ୍କ ସମେତ ଜିଲାପାଳ ଓ ପାରାଦୀପ ପୌରାଧ୍ୟକ୍ଷ ଏଥିରେ ଯୋଗଦେଇ ନ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri