Posted inଜାତୀୟ

ପଶ୍ଚିମବଙ୍ଗରେ ଭାଜପା ଏମ୍‌ପିଙ୍କ ଉପରେ ଆକ୍ରମଣ, ଗାଡ଼ି ଉପରକୁ ବୋମା ଫିଙ୍ଗିଲେ…

କୋଲକାତା,୨୦।୩: ପଶ୍ଚିମବଙ୍ଗରେ ସାଧାରଣ ନିର୍ବାଚନ ଶେଷ ହେବା ପରଠାରୁ ରାଜନୈତିକ ହିଂସାକୁ ନେଇ ଖବର ଶିରୋନାମା ପାଲଟୁଛି। ଭାଜପା ଏମ୍‌ପିଙ୍କ ଉପରେ ଆକ୍ରମଣ ହୋଇଛି। ଏମ୍‌ପି ଜଗନ୍ନାଥ ସରକାର ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ଦେଖି ଫେରୁଥିବା ବେଳେ ତାଙ୍କ ଗାଡ଼ି ପଛକୁ ବୋମା ଫିଙ୍ଗାଯାଇଥିଲା। ସୌଭାଗ୍ୟବଶତଃ ସେ ଏଥିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ଏହି ଆକ୍ରମଣରେ ଗାଡ଼ିଟି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏନେଇ ଏମ୍‌ପି ଥାନାରେ ଅଭିଯୋଗ ମଧ୍ୟ କରିଛନ୍ତି।

ଏମ୍‌ପି ଜଗନ୍ନାଥ ଅନ୍ୟ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସହ ଫିଲ୍ମ ଦେଖିବାକୁ କଲ୍ୟାଣି ଯାଇଥିଲେ। ସେ ଅଭିଯୋଗ କରିଛନ୍ତି, ଟିଏମ୍‌ସି ପକ୍ଷରୁ ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କରାଯାଇଛି। ପଶ୍ଚିମବଙ୍ଗରେ କେହି ବି ସୁରକ୍ଷିତ ନାହାନ୍ତି। ଏଠାରେ ଗଣତନ୍ତ୍ରକୁ ହତ୍ୟା କରାଯାଉଛି। ରାଜ୍ୟର ସାମ୍ପ୍ରତିକ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ଧାରା ୩୫୬(ରାଷ୍ଟ୍ରପତି ନିୟମ) ଲାଗୁ କରାଯିବା ଉଚିତ। ନଚେତ ଏଭଳି ଘଟଣା ବନ୍ଦ ହେବ ନାହିଁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri