Posted inଜାତୀୟ

ଲଲନ ସିଂ ଜେଡିୟୁ ଅଧ୍ୟକ୍ଷ

ପାଟନା,୩୧ ।୭: ରାଜଧାନୀ ଦିଲ୍ଲୀରେ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଲାଗି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି । ବୈଠକରେ ସର୍ବସମ୍ମତି କ୍ରମେ ଲଲନ ସିଂଙ୍କୁ ଜେଡିୟୁର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ କରାଯାଇଛି । ସେପଟେ କେନ୍ଦ୍ରରେ ମନ୍ତ୍ରୀଥିବା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଥିବା ଆରସିପିସି ସିଂ ଇସ୍ତଫା ଦେଇଛନ୍ତି । ଜନ୍ତର-ମନ୍ତରଠାର ଥିବା ଦଳ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବି ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଅଧ୍ୟକ୍ଷ ପଦ ରେସରେ ରାଜୀବ ରଞ୍ଜନ ସିଂ ଓରଫ ଲଲନ ସିଂଙ୍କ ନାଁ ସବୁଠାରୁ ଆଗରେ ଥିଲା । ସେ ନୀତୀଶ କୁମାରଙ୍କ ଅତି ନିକଟତର ବୋଲି କୁହାଯାଏ । ଲଲନ ସିଂ ବର୍ତ୍ତମାନ ମୁଙ୍ଗେର ଲୋକ ସଭା ଆସନରୁ ଜେଡିୟୁର ଏମ୍‌ପି ଅଛନ୍ତି । ୧୯୭୦ରୁ ନୀତୀଶଙ୍କ ସହ ତାଙ୍କର ଘନିଷ୍ଠ ସମ୍ପର୍କ ରହିଛି । ଦଳର ସଂସ୍ଥାପକ ଭାବେ ବି ତାଙ୍କର ନାଁ ରହିଛି । ସେ ଦଳ ଗଠନ ପୂର୍ବରୁ ଏପର୍ଯ୍ୟନ୍ତ ନୀତୀଶଙ୍କ ସହ ଅଛନ୍ତି । ମଝିରେ ଯଦିଓ ଉଭୟଙ୍କ ମଧ୍ୟରେ ମତଭେଦ ହୋଇଥିଲା ତାହା କିନ୍ତୁ ବେଶିଦିନ ରହି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?