Posted inଜାତୀୟ

୨୪,୦୦୦ ଟଙ୍କା ଖୁଚୁରା ଧରି ନାମାଙ୍କନ ପତ୍ର ଦାଖଲ କରିବାକୁ ଆସିଲେ ପ୍ରାର୍ଥୀ: କର୍ମଚାରୀ ନୟାନ୍ତ

ଭୋପାଳ,୧୫।୪: ଭୋପାଳ ଲୋକ ସଭା ଆସନ ପାଇଁ ନାମାଙ୍କନ ପ୍ରକ୍ରିୟା ଏପ୍ରିଲ ୧୯ ପର୍ଯ୍ୟନ୍ତ ଜାରି ରହିବ। ଦୁଇ ଦିନ ଛୁଟି ପରେ ସୋମବାର ମାନବ ସମାଧାନ ପାର୍ଟିର ପ୍ରାର୍ଥୀ ସଞ୍ଜୟ ସରୋଜ ପାଞ୍ଚ ଅଖା ଭିତରେ ପ୍ରାୟ ୨୪,୦୦୦ ଟଙ୍କା ଖୁଚୁରା ସହ ନାମାଙ୍କନ ପତ୍ର ଦାଖଲ କରିବାକୁ ଆସିଥିଲେ। ଏହା ପରେ ନାମାଙ୍କନ ପତ୍ରରେ ନିୟୋଜିତ କର୍ମଚାରୀଙ୍କ ସମସ୍ୟା ବଢିଗଲା।ଏହାପୂର୍ବରୁ ଭୋପାଳରେ ମଧ୍ୟ ଜଣେ ପ୍ରାର୍ଥୀ ଏପ୍ରିଲ ୧୨ରେ ୬,୦୦୦ ଟଙ୍କା ଖୁଚୁରା ନେଇ ନାମାଙ୍କନ ପତ୍ର ଦାଖଲ ପାଇଁ ଆସିଥିଲେ।
ମାନବ ସମାଧାନ ପାର୍ଟିର ପ୍ରାର୍ଥୀ ସଞ୍ଜୟ ସରୋଜ କହିଛନ୍ତି ଯେ, ସେ ଗତ ଅନେକ ବର୍ଷ ଧରି ଭୋପାଳରେ ଏକ ରିକ୍ସା ଚଲାଉଛନ୍ତି ଏବଂ ତାଙ୍କ ସାନ ଭାଇ ଏକ ଜୁସ ଦୋକାନ ଚଲାନ୍ତି। କୋଭିଡ ଅବଧି ପରଠାରୁ ସେ ପାଇଥିବା ଟଙ୍କା ସଂଗ୍ରହ କରି ଚାଲିଥିଲେ ଏବଂ ବର୍ତ୍ତମାନ ପ୍ରାର୍ଥୀ ହେବାପରେ ସଂଗୃହୀତ ଟଙ୍କା ସହିତ ନାମାଙ୍କନ ଫର୍ମ କିଣିବାକୁ ଆସିଛନ୍ତି। ଏହି ଖୁଚୁରା ଗଣନା କରିବାକୁ କର୍ମଚାରୀଙ୍କୁ ତିନି ଘଣ୍ଟାରୁ ଅଧିକ ସମୟ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ବିଭାଗର ଚଢ଼ାଉ, ୧୨ ଗ୍ୟାସ ସିଲିଣ୍ଡର ସହିତ ୨୮୩….

ଅତାବିରା,୧୮।୩(ଯୁଧିଷ୍ଠିର ମହାପାତ୍ର ): ମଧ୍ୟପ୍ରାଚ୍ୟରେ ଗୋଟିଏ ପଟେ ଯୁଦ୍ଧ ଲାଗିରହିଥିବା ବେଳେ ଅନ୍ୟପଟରେ ସାରା ଭାରତ ଓ ଓଡ଼ିଶାରେ ମଧ୍ୟ ଗ୍ୟାସ ବା LPG ର ସଙ୍କଟ…

SCB ଅଗ୍ନିକାଣ୍ଡ: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮।୩(ସୁନିତ୍‌ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ…

ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ…

ଗଞ୍ଜାମ ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଭାବେ ଦାୟିତ୍ବ ନେଲେ ସମୀର କୁମାର ଜେନା

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ) : ଦୀର୍ଘ ୮ ମାସ ପରେ ଆଜି ଗଞ୍ଜାମ ଜିଲାପରିଷଦର ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ସମୀର…

ବାସନ୍ଦ, ଜରିମାନାକୁ ନେଇ ଗୋଷ୍ଠୀ ସଂଘର୍ଷ, ୫ ଆହତ

ହିଞ୍ଜିଳିକାଟୁ,୧୮ା୩(ଦ୍ୱିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ନନ୍ଦିତା ଗାଁରେ ମଙ୍ଗଳବାର ରାତିରେ କୁଳରୁ ବାସନ୍ଦ, ଜରିମାନା ଆଦାୟକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୫…

ସରକାରଙ୍କ ବଡ଼ ଯୋଜନା, ବସରେ ଯାତ୍ରାବେଳେ ଦିବ୍ୟାଙ୍ଗଙ୍କୁ ଦେବାକୁ ହେବନି ଟଙ୍କା

ନୂଆଦିଲ୍ଲୀ,୧୮।୩: ଆନ୍ଧ୍ର ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ୱାଧୀନ ସରକାର ‘ଦିବ୍ୟାଙ୍ଗ ଶକ୍ତି ଯୋଜନା’ ଆରମ୍ଭ କରିଛନ୍ତି । ମହିଳାଙ୍କ ପାଇଁ ମାଗଣା ବସ୍ ଯାତ୍ରା ଯୋଜନାର…

ନିଆଁ କବଳରେ ମୂଲ୍ୟବାନ ଗଛ, ଜୀବଜନ୍ତୁ

ଛତ୍ରପୁର,୧୮ା୩(ଦିଲ୍ଲୀପ ସାମଲ): ଗ୍ରୀଷ୍ମଋତୁ ଆରମ୍ଭରୁ ହିଁ ଜଙ୍ଗଲରେ ନିଆଁର ପ୍ରକୋପ ବଢ଼ିବାରେ ଲାଗିଛି। ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଲଣ୍ଡା ବାଉଁଶ ପାହାଡ଼ ଜଙ୍ଗଲରେ କୌଣସି କାରଣରୁ…

Video: କ୍ରିକେଟରରୁ ପାଇଲଟ ହେଲେ ଗ୍ଲେନ୍ ଫିଲିପ୍ସ, ଯଦି ଟଙ୍କା ଥା’ନ୍ତା….

ନୂଆଦିଲ୍ଲୀ,୧୮।୩: ନ୍ୟୁଜିଲାଣ୍ଡର ଷ୍ଟାର କ୍ରିକେଟର ଗ୍ଲେନ୍ ଫିଲିପ୍ସ କେବଳ କ୍ରିକେଟ୍ ପଡ଼ିଆରେ ଜଣେ ଅଲରାଉଣ୍ଡର ନୁହଁନ୍ତି, ବରଂ ଅନ୍ୟାନ୍ୟ କାର୍ଯ୍ୟରେ ମଧ୍ୟ ତାଙ୍କର ଅଲରାଉଣ୍ଡର କ୍ଷମତା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri