ଶିକ୍ଷକ ବଦଳିରେ ଏମ୍‌ପି, ଏମ୍‌ଏଲ୍‌ଏ କରିପାରିବେ ନାହିଁ ସୁପାରିସ

କଟକ,୨୭।୧୧(କାର୍ତ୍ତିକ ସାହୁ) ସରକାରୀ ସ୍କୁଲରେ ଶିକ୍ଷକ ବଦଳି ପାଇଁ ଏମ୍‌ପି, ଏମ୍‌ଏଲ୍‌ଏ ସୁପାରିଶ କରିପାରିବେ ନାହିଁ। ଏଭଳି ସୁପାରିଶ ଦ୍ୱାରା ପ୍ରଶାସନିକ ଓ ଶିକ୍ଷା ବ୍ୟବସ୍ଥାରେ ଅନାବଶ୍ୟକ ରାଜନୈତିକ ହସ୍ତକ୍ଷେପ ହେବ। ତେଣୁ ରାଜ୍ୟ ସରକାରଙ୍କ ଚାକିରୀ ନିୟମାବଳି ଅନୁଯାୟୀ, ସରକାରୀ ସ୍କୁଲରେ ଶିକ୍ଷକ ବଦଳି କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ହାଇକୋର୍ଟ ବିଚାରପତି ଦୀକ୍ଷିତ କୃଷ୍ଣ ଶ୍ରୀପଦ ଏହି ସଂକ୍ରାନ୍ତିୟ ଏକାଧିକ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କ ଦ୍ୱାରା ୨୦୨୫ ମେ ୧୩ ତାରିଖରେ ଜାରି ନିର୍ଦ୍ଦେଶନାମାକୁ ଗୁରୁବାର ଖାରଜ କରିଦେଇଛନ୍ତି। ଏଥିସହ ଏହି ମାମଲାରେ ହାଇକୋର୍ଟ ଶିକ୍ଷକ ବଦଳି ଉପରେ ଗତ ଜୁଲାଇ ମାସରେ ଦେଇଥିବା ଅନ୍ତରୀଣ ରହିତାଦେଶ ଏବେ ସ୍ଥାୟୀ ହୋଇଯାଇଛି।

ତେବେ ବଦଳି ହୋଇସାରିଥିବା ଶିକ୍ଷକମାନେ ଚଳିତ ଶିକ୍ଷା ବର୍ଷ ଶେଷ ପର୍ଯ୍ୟନ୍ତ କାର୍ଯ୍ୟ କରିବାକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଶିକ୍ଷା ବର୍ଷ ଶେଷ ପରେ ସେମାନେ ନିଜର ପୂର୍ବ ସ୍କୁଲକୁ ଫେରିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି।

ମାମଲାର ବିବରଣୀ ଅନୁସାରେ, ରାଜ୍ୟରେ ଶିକ୍ଷକ ବଦଳି ପାଇଁ ୨୦୨୫ମେ ୧୩ରେ ସରକାର ଏକ ନିର୍ଦେଶନାମା ଜାରି କରିଥିଲେ। ଏମ୍‌ପି, ଏମ୍‌ଏଲ୍‌ଏମାନେ ୧୫ଜଣ ପର୍ଯ୍ୟନ୍ତ ଶିକ୍ଷକଙ୍କ ବଦଳି ପାଇଁ ସୁପାରିଶ କରିବେ। ସେଇ ସୁପାରିଶ ଅନୁଯାୟୀ ଜିଲା ଶିକ୍ଷା ଅଧିକାରୀ ବଦଳି କାର୍ଯ୍ୟକାରୀ କରିବେ ବୋଲି ଉକ୍ତ ନିର୍ଦେଶନାମାରେ ସ୍ପଷ୍ଟ କରାଯାଇଥିଲା।

ନିର୍ଦ୍ଦେଶନାମା ଅନୁସାରେ ବଦଳି ଆଶାୟୀ ଶିକ୍ଷକମାନେ ଏମ୍‌ପି, ଏମ୍‌ଏଲ୍‌ଏଙ୍କ ନିକଟରେ ସେମାନଙ୍କ ଆବେଦନ ପତ୍ର ଦାଖଲ କରିଥିଲେ। ଏଥିପାଇଁ ବହୁ ଭାବରେ ଲବି ମଧ୍ୟ ଆରମ୍ଭ ହୋଇଯାଇଥିଲା। କେତେକାଂଶରେ ମୋଟା ଅଙ୍କର ଅର୍ଥ କାରବାର ହୋଇଥିବା ଅଭିଯୋଗ ହୋଇଥିଲା। ନିର୍ଦ୍ଦେଶନାମାକୁ ବିରୋଧ କରି ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ମାମଲାର ପ୍ରାଥମିକ ଶୁଣାଣି କରି ନିର୍ଦ୍ଦେଶନାମା ଉପରେ ଅନ୍ତରୀଣ ରହିତାଦେଶ ଲାଗୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri