Posted inଜାତୀୟ

ଭୋଟ ବଦଳରେ ନୋଟ ନେଉଥିବା ଏମ୍‌ପି/ବିଧାୟକଙ୍କୁ କୌଣସି ଆଇନଗତ ସୁରକ୍ଷା ନାହିଁ: ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: ବିଧାନସଭାରେ ଭାଷଣ ଦେବା କିମ୍ବା ଭୋଟ ଦେବା ପାଇଁ ଏମ୍‌ପି ଓ ବିଧାୟକମାନଙ୍କୁ ଆଇନଗତ ସୁରକ୍ଷା ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଭୋଟ ବଦଳରେ ନୋଟ ନେଉଥିବା ଏମ୍‌ପି/ ବିଧାୟକଙ୍କ ଆଇନଗତ ସୁରକ୍ଷା ନାହିଁ। ୭ ଜଣ ବିଚାରପତି ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତି ଦେଇଛନ୍ତି।
ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ୍‌, ଜଷ୍ଟିସ ଏସ ବୋପାନ୍ନା, ଜଷ୍ଟିସ ଏମ ସୁନ୍ଦରେଶ, ଜଷ୍ଟିସ ପିଏସ ନରସିଂହ, ଜେବି ପାର୍ଦିୱାଲା, ଜଷ୍ଟିସ ସଞ୍ଜୟ କୁମାର ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କ ବେଞ୍ଚ ଏହି ରାୟ ପ୍ରଦାନ କରିଛି। ସୁପ୍ରିମକୋର୍ଟ ଏହି ରାୟ ଦେବାବେଳେ କହିଛନ୍ତି, ଭୋଟ ଦେବା ପାଇଁ ଲାଞ୍ଚ ନେଇଥିବା ଏମ୍‌ପି/ ବିଧାୟକଙ୍କ ବିରୋଧରେ ମାମଲା ରୁଜୁ କରାଯାଇପାରିବ। ୧୯୯୮ ପି.ଭି ନରସିଂହ ରାଓ ମାମଲାରେ ପାଞ୍ଚ ଜଣିଆ ସମ୍ବିଧାନ ବେଞ୍ଚର ନିଷ୍ପତ୍ତିକୁ ରଦ୍ଦ କରିଦିଆଯାଇଛି।
ଶୁଣାଣି ସମୟରେ ସୁପ୍ରିମକୋର୍ଟ ୧୯୯୮ର ନରସିଂହ ରାଓଙ୍କ ନିଷ୍ପତ୍ତିକୁ ଖାରଜ କରିଦେଇଥିଲେ। ଏହି ମାମଲାରେ ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ୭ ଜଣ ବିଚାରପତିଙ୍କ ମିଳିତ ନିଷ୍ପତ୍ତ। ଏହାହା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ)ର ସୀତା ସୋରେନଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇବ। ଯେତେବେଳେ ସେ ଜଣେ ବିଧାୟକ ଥିଲେ, ସେ ୨୦୧୨ ରାଜ୍ୟ ସଭା ନିର୍ବାଚନରେ ଭୋଟ ଦେବା ପାଇଁ ଲାଞ୍ଚ ନେବା ମାମଲାରେ ଆଶ୍ୱସ୍ତି ମାଗିଥିଲେ।
ଏମ୍‌ପିମାନଙ୍କୁ ଧାରା ୧୦୫ (୨) ଏବଂ ଧାରା ୧୯୪ (୨) ଅନୁଯାୟୀ, ଗୃହ ଭିତରେ କାର୍ଯ୍ୟକଳାପ ପାଇଁ ମୋକଦ୍ଦମାରୁ ଆଶ୍ୱସ୍ତି ମିଳିପାରିବ। ଲାଞ୍ଚ ନେବା ମାମଲାରେ ଏହି ଛାଡ ଦିଆଯାଇପାରିବ ନାହିଁ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri