କୋର୍ଟରେ ହାଜର ହେଲେ ଏମ୍‌ପି ପ୍ରଦୀପ, ପାଠକ ବାପପୁଅ

ବ୍ରହ୍ମପୁର, ୧୪ା୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଟାଟା ମୋଟର୍ସରେ ଚାକିରି ଦେବାକୁ କହି ଏକାଧିକ ଯୁବକଙ୍କଠାରୁ ଟଙ୍କା ଠକେଇ ମାମଲାରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବହିଷ୍କୃତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକ ବୁଧବାର କୋର୍ଟରେ ହାଜର ହୋଇଛନ୍ତି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଗ୍ରାମୀଣ) ଜୁଏଲ ପଟ୍ଟନାୟକଙ୍କ କୋର୍ଟରେ ହାଜର ହେବା ପରେ ସେମାନଙ୍କ ନାଁରେ ଗତ ୨୦୨୦-୨୧ରେ ରୁଜୁ ହୋଇଥିବା ୪ ମାମଲାରେ ଚାର୍ଜଫ୍ରେମ କରାଯାଇଥିଲା। ପରେ ମାମଲାର ବିଚାର ଆରମ୍ଭ ହେବ ବୋଲି ସରକାରୀ ଓକିଲ ମାଗୁଣି ଚରଣ ପୋଲାଇ କହିଛନ୍ତି।

ଟାଟା କମ୍ପାନୀରେ ନିଯୁକ୍ତି ନାଁରେ ଟଙ୍କା ଠକେଇ କରିଥିବା ନେଇ ଗୋପାଳପୁରର ପୂର୍ବତନ ବିଧାୟକ ତଥା ବର୍ତ୍ତମାନର ଏମ୍‌ପି ପ୍ରଦୀପଙ୍କ ନାମରେ ପ୍ରଥମେ କ୍ରାଇମବ୍ରାଞ୍ଚ ଓ ପରେ କଟକ ସାଇବର୍‌ ଥାନାରେ ମାମଲା ରୁଜୁ ହୋଇଥିଲା। କ୍ରାଇମବ୍ରାଞ୍ଚ ଟିମ୍‌ ୨୦୨୦ ନଭେମ୍ବରରେ ବ୍ରହ୍ମପୁର ଆସିଥିଲା। ତଦନ୍ତ ପରେ ପର୍ଯ୍ୟାୟକ୍ରମେ ପ୍ରଦୀପଙ୍କ ନାମରେ ୫ଟି ଠକେଇ ମାମଲା ରୁଜୁ ହୋଇଥିଲା। ୪ଟି ମାମଲା ଗୋଳନ୍ଥରା ଥାନା ଓ ଗୋଟିଏ ବୈଦ୍ୟନାଥପୁର ଥାନାରେ ରୁଜୁ ହୋଇଥିଲା। ପୂର୍ବରୁ ଗୋଟିଏ ମାମଲାରେ ଚାର୍ଜଫ୍ରେମ ହୋଇସାରିଥିଲା। ବୁଧବାର ଗୋଳନ୍ଥରା ଥାନାର ୩ଟି ମାମଲା ଓ ବୈଦ୍ୟନାଥପୁର ଥାନାରେ ରୁଜୁ ହୋଇଥିବା ଗୋଟିଏ ମାମଲାର ଚାର୍ଜଫ୍ରେମ ହୋଇଛି। ସୂଚନାଯୋଗ୍ୟ, ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ୪ ମାମଲାର ଅଭିଯୋଗକାରୀ ଗତ ମେ ମାସରେ ମକଦ୍ଦମା ପ୍ରତ୍ୟାହାର କରିବା ସହିତ ପରବର୍ତ୍ତୀ ବିଚାର ଆଗକୁ ନ ନେବା ପାଇଁ ତାଙ୍କ ଓକିଲଙ୍କ ଜରିଆରେ କୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ଠକେଇ ହୋଇଥିବା ଟଙ୍କା ପାଇସାରିଥିବାରୁ ମାମଲା ପ୍ରତ୍ୟାହାର ପାଇଁ ଅନୁରୋଧ କରିଥିଲେ। କିନ୍ତୁ ବୁଧବାର କୋର୍ଟରେ ୪ଟି ମାମଲାରେ ଚାର୍ଜଫ୍ରେମ ହୋଇଥିଲା। ଏମ୍‌ପି ପ୍ରଦୀପ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ପୂର୍ବର ବିଜେଡି ସରକାର ଅମଳରେ ମିଥ୍ୟା କେସ୍‌ ଦିଆଯାଇଥିଲା, ଯାହାର ଚାର୍ଜଫ୍ରେମ ହେଲା। କୋର୍ଟଙ୍କ ବିଧିବ୍ୟବସ୍ଥା ଯାହା ରହିଛି, ତାହା ପର୍ଯ୍ୟାୟକ୍ରମେ ହେବ। କୋର୍ଟଙ୍କ ରାୟକୁ ସ୍ବାଗତ କରାଯିବ ବୋଲି ସେ କହିଛନ୍ତି। ପ୍ରଦୀପଙ୍କ ତରଫରୁ ଅସିତ ଶତପଥୀ ଓ ପାଠକ ବାପପୁଅଙ୍କ ତରଫରୁ ଦୀପକ ପଟ୍ଟନାୟକ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri