ବାଜପେୟୀଙ୍କ ନାମରେ ନାମିତ ହେଉ ବିକାଶ ଛକ, ନୀତୀନ ଗଡ଼କରୀଙ୍କୁ ଭେଟି ଦାବିପତ୍ର ପ୍ରଦାନ ଏମ୍‌ପି ପ୍ରଦୀପ ପୁରୋହିତ

ବରଗଡ଼,୧୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବିକାଶ ହସ୍ପିଟାଲ ସମ୍ମୁଖରେ ରହିଥିବା ଛକକୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ନାମିତ କରିବା ସହିତ ସେଠାରେ ବାଜପେୟୀଙ୍କ ଏକ ପୂର୍ଣ୍ଣ ପ୍ରତିମୂର୍ତ୍ତି ସ୍ଥାପନ ଦାବି ଜୋରଧରିଛି। ଏହି ଦାବି ନେଇ ଗୁରୁବାର ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ ପୁରୋହିତ ପାର୍ଲାମେଣ୍ଟ ଭବନରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଦାବିକୁ ଯଥାଶୀଘ୍ର ପୂରଣ ପାଇଁ କେନ୍ଦ୍ରମନ୍ତ୍ରୀ ଗଡ଼କରୀ ନିର୍ଭର ପ୍ରତିଶ୍ରୁତି ଦେଇଥିବା ଏମ୍‌ପି ପୁରୋହିତ ପ୍ରକାଶ କରିଛନ୍ତି।

ପ୍ରକାଶଥାଉକି, ବରଗଡ଼ ନଗର ବାଜପେୟୀ ବିଚାର ମଞ୍ଚ ଦୀର୍ଘଦିନ ହେଲା ଏହି ଦାବି କରି ଆସୁ ଥିବାବେଳେ ବାଜପେୟୀଙ୍କ ପୂର୍ଣ୍ଣତିଥି ଏବଂ ଜୟନ୍ତୀରେ ସ୍ବର୍ଗତ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଆସୁଛି। ତେବେ ଏମ୍‌ପି ପୁରୋହିତ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କଠାରେ ଏହି ଦାବି ଉପସ୍ଥାପନ କରିଥିବା ଯୋଗୁ ମଞ୍ଚର ସଦସ୍ୟ ପ୍ରଫେସର ଅମରେନ୍ଦ୍ର ନାରାୟଣ ଯାଦବ, ଡା. ସଞ୍ଜିତ କୁମାର ମିଶ୍ର, ଆଶୁତୋଷ ଦାଶ, ପ୍ରତାପ ପଟ୍ଟନାୟକ, ବିରେନ୍ଦ୍ର ପ୍ରଧାନ, ରାକେଶ ଶତପଥୀ, ଆଦିକାନ୍ଦ ମହାପାତ୍ର, ତାପସ ପ୍ରଧାନ, ନିରଞ୍ଜନ ପଣ୍ଡା, ମାନସ ଚାନ୍ଦ, ମୃତ୍ୟୁଞ୍ଜୟ ମହାରଣା, ଜଗଦିଶ ସେନ, ଶୋଭାରାମ ଦାଶ, ଗୁଡ୍ଡୁ ପାଢ଼ୀ, ଶିବ ସାହୁ, ସୁଦାମ ସାହୁ, ସଞ୍ଜୟ ନାୟକ, ରମେଶ ବେହେରା, ସରୋଜ ନାୟକ ପ୍ରମୁଖ ଏମପି ପୁରୋହିତଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri