ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା ପ୍ରଚଳନ ଦାବିରେ ବରଗଡ଼ ଏମପି ପ୍ରଦୀପ ପୁରୋହିତ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପଶ୍ଚିମ ଓଡ଼ିଶାର ଯାତ୍ରୀ ଚାହିଦା ଓ ବିକାଶମୂଳକ ଆକାଂକ୍ଷାକୁ ଦୃଷ୍ଟିରେ ରଖି ଏମପି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରେଳମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି।

ଏମପି ପୁରୋହିତ ବେଳାଭୂମି ଓ ବ୍ୟବସାୟିକ ସଂଯୋଗକୁ ଦୃଷ୍ଟିରେ ରଖି ବିଲାସପୁର–ପୁରୀ ନୂତନ ଟ୍ରେନ୍, ଟିଟିଲାଗଡ଼/ବଲାଙ୍ଗୀର–ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସ, ଝାରସୁଗୁଡ଼ା–ବିଶାଖାପାଟଣା ବନ୍ଦେ ଭାରତ ଏବଂ ବରଗଡ଼/ବଲାଙ୍ଗୀରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ନୂତନ କୋଚିଂ ଟ୍ରେନ୍ ଚଳାଚଳ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହାସହ ଗୋଣ୍ଡୱାନା ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ଏବଂ ଜନ ଶତାବ୍ଦୀ ଏକ୍ସପ୍ରେସକୁ ଝାରସୁଗୁଡ଼ା ବା ରାଉରକେଲା ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ସହିତ ହୀରାକୁଦ ଏକ୍ସପ୍ରେସର ସାପ୍ତାହିକ ଚଳାଚଳକୁ ଦୈନିକ କରିବାକୁ ଦାବି କରିଛନ୍ତି।

ଇସ୍ପାତ ଏକ୍ସପ୍ରେସ (୧୨୮୭୧/୧୨୮୭୨)ର ନିୟମିତ ବିଳମ୍ବକୁ ନେଇ ଏମପି ଗଭୀର ଉଦ୍ବେଗ ପ୍ରକାଶ କରି ଏହାର ସମୟାନୁବର୍ତ୍ତିତା ସୁନିଶ୍ଚିତ କରିବାକୁ କହିଛନ୍ତି। ସେହିପରି ବ୍ରଜରାଜନଗର, ଝାରସୁଗୁଡ଼ା, ବରପାଲି ଓ ଅତାବିରା ରେଳ ଷ୍ଟେସନରେ ଅନେକ ଦୂରଗାମୀ ଟ୍ରେନର ରହଣି ସାଙ୍ଗକୁ ପୂର୍ବରୁ ବନ୍ଦ ଥିବା ଟ୍ରେନ୍ ରହଣିଗୁଡ଼ିକୁ ପୁନଃସ୍ଥାପନ କରିବାକୁ ଅନୁରୋଧ କରାଯାଇଛି। ଏକ ପ୍ରମୁଖ ଶିଳ୍ପକେନ୍ଦ୍ର ଭାବେ ପରିଚିତ ବ୍ରଜରାଜନଗର ରେଳ ଷ୍ଟେସନରେ ଶୌଚାଳୟ, ଡିସପ୍ଲେ ବୋର୍ଡ, କୋଚ୍ ଗାଇଡେନ୍ସ ସିଷ୍ଟମ୍, ଉନ୍ନତ ଘୋଷଣା ବ୍ୟବସ୍ଥା ଓ ଆଲୋକୀକରଣର ବିକାଶ କରାଯିବାକୁ କୁହାଯାଇଛି। ସେହିପରି ବେଲପାହାଡ଼ ଷ୍ଟେସନରେ ଅମୃତ ଭାରତ ଷ୍ଟେସନ ଯୋଜନା ଅନ୍ତର୍ଗତ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବାକୁ ଦାବି ହୋଇଛି। ଏଥିସହିତ ବହୁ ପ୍ରତୀକ୍ଷିତ ବରଗଡ଼–ନୂଆପଡ଼ା ରେଳ ପ୍ରକଳ୍ପର କାର୍ଯ୍ୟକୁ ଶୀଘ୍ର ଆଗକୁ ବଢ଼ାଇବା ପାଇଁ ସେ ରେଳମନ୍ତ୍ରୀଙ୍କୁ ବିଶେଷ ଭାବେ ଅନୁରୋଧ କରିଛନ୍ତି। ରେଳମନ୍ତ୍ରୀ ଏହିସବୁ ପ୍ରସ୍ତାବଗୁଡ଼ିକୁ ଗ୍ରହଣ କରି ସକାରାତ୍ୱକ ପଦକ୍ଷେପ ନେବେ ବୋଲି ଏମପି ପୁରୋହିତ ଏକ ପ୍ରେସ ବିବୃତିରେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri