ସେମାନେ ଜଗନ୍ତୁ, ଆମେ ଡରିବୁ କାହିଁକି: ବିଜେଡିର ‘ଛାୟା କ୍ୟାବିନେଟ୍‌’କୁ ନେଇ ବଡ଼ ବୟାନ ଦେଲେ…

ଭୁବନେଶ୍ୱର,୧୮।୭: ବିଜେଡିର ଛାୟା କ୍ୟାବିନେଟ୍‌ ଗଠନକୁ ନେଇ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ପ୍ରତିକ୍ରିୟା ରଖି ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଅସ୍ତିତ୍ୱ ଅଛି ବୋଲି ଜଣାଇବାକୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆମେ ଖୁସି ଯେ ଆମକୁ ଶକ୍ତ ବିରୋଧୀ ଦଳ ମିଳିଛି। ସେମାନେ ଜଗନ୍ତୁ, ଆମେ ଡରିବୁ କାହିଁକି। କାରଣ ଆମର ରାଜକୋଷ ଲୁଟିବା ଯୋଜନା ନାହିଁ। ଆମେ କିନ୍ତୁ ‘ଆମ ଓଡ଼ିଶା, ନବୀନ ଓଡ଼ିଶା, ୫ଟି କାଢ଼ିବୁ’। ଆମେ ଶତ ପ୍ରତିଶତ କାମ କରିବାକୁ ଆସୁଛୁ, ଡରିବୁ କାହିଁକି। ତେବେ ଛାୟା କ୍ୟାବିନେଟ୍‌ କଲେ ହେଲେ ଛାୟା ମୁଖ୍ୟମନ୍ତ୍ରୀ କିଏ ବୋଲି ସେ ପ୍ରଶ୍ନ କରିଛନ୍ତି। ଏପରିକି ଯାହା ଉପରେ ଭରସା କରିଥିଲେ ସିଏ ଆଉଟ୍‌ ବୋଲି ଷଡ଼ଙ୍ଗୀ କଟାକ୍ଷ କରିଛନ୍ତି।

ପ୍ରକାଶ ଯେ, ଓଡ଼ିଶା ଇତିହାସରେ ପ୍ରଥମ ଥର ପାଇଁ ଛାୟା କ୍ୟାବିନେଟ ଗଠନ ହୋଇଛି। ପ୍ରଥମ ଥର ପାଇଁ ବିଜୁ ଜନତା ଦଳ ବିରୋଧୀ ଦଳ ବଡ଼ ରଣନୀତି ପ୍ରସ୍ତୁତ କରିଛି। ଏଥିଲାଗି ସରକାରଙ୍କ ପ୍ରତ୍ୟେକ ବିଭାଗ ଉପରେ ତୀକ୍ଷ୍ମ ନଜର ରଖିବାକୁ ଜଣେ ଲେଖାଏ ଏପରି କି ଗୋଟିଏ ଗୋଟିଏ ବିଭାଗର କାର୍ଯ୍ୟକଳାପ ଉପରେ ୨/୩ ଜଣ ବିଧାୟକଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇଛି। ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ଦଳୀୟ ବିଧାୟକମାନଙ୍କୁ ଦାୟିତ୍ୱ ବଣ୍ଟନ କରିଛନ୍ତି । ନବୀନଙ୍କ ବ୍ୟତୀତ ଦଳର ଅନ୍ୟ ସମସ୍ତ ୫୦ ବିଧାୟକଙ୍କୁ ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟକଳାପ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଛି।

ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରତିଟି କାର୍ଯ୍ୟ ଉପରେ ନଜର ରଖିବାକୁ ଦାୟିତ୍ୱ ଦିଆଯାଇଥିବା ବେଳେ ପ୍ରମିଳା ମଲ୍ଲିକଙ୍କୁ ପଞ୍ଚାୟତିରାଜ ଓ ସଂସଦୀୟ ବ୍ୟାପାର, ବଦ୍ରି ନାରାୟଣ ପାତ୍ରଙ୍କୁ ମହିଳା ଓ ଶିଶୁ ବିକାଶ, ନିରଞ୍ଜନ ପୂଜାରୀଙ୍କୁ ଗୃହ ଓ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ଅଶ୍ୱିନୀ ପାତ୍ରଙ୍କୁ ହସ୍ତଶିଳ୍ପ, ହସ୍ତତନ୍ତ ଓ ବୟନଶିଳ୍ପ, ପ୍ରତାପ କେଶରୀ ଦେବଙ୍କୁ ସାଧାରଣ ପ୍ରଶାସନ(ଜିଏ) ଓ ସାଧାରଣ ଅଭିଯୋଗ, ଅରୁଣ କୁମାର ସାହୁଙ୍କୁ ଜଳସମ୍ପଦ, ସାରଦା ପ୍ରସାଦ ନାୟକଙ୍କୁ ଶିଳ୍ପ ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଅର୍ଥ ଓ ସାଧାରଣ ଉଦ୍ୟୋଗ ବିଭାଗ ଦାୟିତ୍ୱ ଦିଆଯାଇଛି। ସେହିପରି ଅନ୍ୟ ମନ୍ତ୍ରୀମାନଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?