Odisha Elections 2024

ନିର୍ବାଚନ ଲଢ଼ିବା ନେଇ ଏପରି କହିଲେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୨୮।୨: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ଭାଜପା ଟିକେଟ୍‌ରେ ପୁଣି ନିର୍ବାଚନ ଲଢ଼ିବାକୁ ଆଗ୍ରହ ଦେଖାଇଛନ୍ତି ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁ। ଏ ନେଇ ସେ ତାଙ୍କ ପ୍ରତିକ୍ରିୟା ରଖିଥିଲେ ‘ବର୍ତ୍ତମାନ ବାଲେଶ୍ୱରରେ ଭାଜପାରୁ ପ୍ରତାପ ଏମ୍‌ପି ଅଛନ୍ତି ମାନେ ନୁହେଁ ଯେ ସେ ଆଉଥରେ ଲୋକସଭା ଟିକେଟ ପାଇବେ। ଦଳ ଯଦି ତାଙ୍କୁ ପୁଣିଥରେ ଟିକେଟ ଦେବ, ମୋର କିଛି କହିବାର ନାହିଁ। ହେଲେ, ପ୍ରତାପ ଆଉ ନିର୍ବାଚନ ଜିତି ପାରିବେ ନାହିଁ।’
ଅନ୍ୟପକ୍ଷରେ ଖାରବେଳଙ୍କ ଏହି ମନ୍ତବ୍ୟରେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ନିଜ ପ୍ରତିକ୍ରିୟା ଦେଇ କହିଛନ୍ତି, ‘ଖାରବେଳ ଦଳର ଜଣେ ବରିଷ୍ଠ ନେତା। ବାଲେଶ୍ବରରେ ଭାଜପାର ଲୋକସଭା ଟିକେଟ ଏଥର କାହାକୁ ମିଳିବ, ସେନେଇ ହୁଏତ ସେ ଦଳର ନେତୃବୃନ୍ଦଙ୍କ ସହ ଆଲୋଚନା କରିଥିବେ। ମୋ ପାଖରେ କିନ୍ତୁ ଏ ନେଇ କେଣସି ସୂଚନା ନାହିଁ। ଖାରବେଳ ବାଲେଶ୍ବରରୁ ୬ ଥର ନିର୍ବାବାଚନ ଲଢ଼ିଛନ୍ତି ଏବଂ ୩ ଥର ଜିତିଛନ୍ତି, ଏକଥା କିଏ ନଜାଣିଛନ୍ତି! ମୁଁ ଆଗକୁ ନିର୍ବାଚନ ଲଢ଼ିବି କି ନ ଲଢ଼ିବି, ତାହା ନେତୃବୃନ୍ଦ ନିଷ୍ପତ୍ତି ନେବେ। ଦଳ ଆଗାମୀ ନିର୍ବାଚନରେ ଯାହାକୁ ପ୍ରାର୍ଥୀ କରିଲେ ବି ମୋର କେଣସି ଆପତ୍ତି ନାହିଁ।’


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

ଅପରାଜିତାଙ୍କ ଖୋଲା ଚ୍ୟାଲେଞ୍ଜ, ଆସ ମୋ ସହ ବିତର୍କ କର

ଭୁବନେଶ୍ୱର,୨୧।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଏକ ବିଶାଳ ରୋଡ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ସେ ନାଁ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri