କରୋନା ଆକ୍ରାନ୍ତ ଏମ୍‌ପି ରମେଶ ମାଝିଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନବରଙ୍ଗପୁର,୧୨ା୯(ବି.ପ୍ର.): ନବରଙ୍ଗପୁର ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବାରୁ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଶନିବାର ଅପରାହ୍ନରେ ଏକ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲ ସୁପରିଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ କହିଛନ୍ତି।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୪ ତାରିଖରେ ଏମ୍‌ପି କରୋନା ଆକ୍ରାନ୍ତ ହୋଇଥିଲେ। ଏ ନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। କରୋନା ଆକ୍ରାନ୍ତ ହେବା ପରେ ସେ ଉମରକୋଟ ଠାରେ ହୋମ୍‌ ଆଇସୋଲେଶନରେ ରହିଥିଲେ। ଶ୍ୱାସକ୍ରିୟାରେ ଅସୁବିଧା ଓ ଛାତିରେ ଯନ୍ତ୍ରଣା ହେବାରୁ ଆଜି ସକାଳେ ନବରଙ୍ଗପୁର କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱର ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri