ସିଦ୍ଧାର୍ଥଙ୍କ ଉପରେ ଆସ୍ଥାପ୍ରକଟ କଲେ ଏମ୍‌ପି: ମିଳିଲା ନୂଆ ଦାୟିତ୍ୱ

ଗୋବିନ୍ଦପାଲି,୨୧।୨ (କାର୍ତ୍ତକ ରଥ): ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀ ମାଲକାନଗିରି ଜିଲା ଖଇରପୁଟ ବ୍ଲକ ନିମନ୍ତେ ତାଙ୍କର ପ୍ରତିନିଧି ଭାବେ ସିଦ୍ଧାର୍ଥ ରଥଙ୍କୁ ଚୟନ କରିଛନ୍ତି। ସିଦ୍ଧାର୍ଥ ଗୋବିନ୍ଦପାଲି ଗ୍ରାମର ଭାଜପା ଯୁବ କର୍ମୀ ତଥା ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ଆଗ ଧାଡ଼ିର ଜଣେ ସକ୍ରିୟ ସଦସ୍ୟ ।

ଏମ୍‌ପି ତାଙ୍କ ଅନୁପସ୍ଥିତିରେ ବ୍ଲକରେ ହେଉଥିବା ବିଭିନ୍ନ ବୈଠକ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟରେ ପ୍ରତିନିଧି କରିବାକୁ ଦାୟିତ୍ୱ ଏବଂ ଅଧିକାର ଦେଇଛନ୍ତି। ସେ ତାଙ୍କର ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପ୍ରତିନିଧି କରିବେ ବୋଲି ତାଙ୍କ ପତ୍ର ସଂଖ୍ୟା ୧୧୬୯/୨୫ ରେ ଖଇରପୁଟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତି।

ଗୁରୁବାର ପୂର୍ବତନ ବିଧାୟକ ଡମ୍ବୁରୁ ସୀସା, ଭାଜପା କର୍ମୀ ତଥା ଜିଲା ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ବେହେରା, ଜିଲା ଏସ୍‌ଟି ମୋର୍ଚ୍ଚା ସାଧାରଣ ସମ୍ପାଦକ ସହଦେବ ସୀସା, ଖଇରପୁଟ ସରପଞ୍ଚ ଦଇମତି ଗୋଲପେଦା, ବ୍ଲକ ଅଧ୍ୟକ୍ଷ ବିଘ୍ନ କିର୍ଶନୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବାଲାରାଜୁ କଟରି, ଗୁନାନିଧି ନାୟକ, କର୍ଣ୍ଣ ମହୁରିଆଙ୍କ ଉପସ୍ଥିତିରେ ରଥ ବିଡିଓଙ୍କୁ ତାଙ୍କ ସରକାରୀ କାର୍ଯ୍ୟାଳୟରେ ଏମ୍‌ପିଙ୍କ ଚିଠି ପ୍ରଦାନ କରିବା ସହିତ ସାକ୍ଷାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri