ଏମ୍‌ପି ପ୍ରତିନିଧିଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ ଗଲେ ୨

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଗଡ଼ଗୋବିନ୍ଦପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ଏମ୍‌ପି ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କୁ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀ ପକ୍ଷରୁ ମରରାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଗଡ଼ଗୋବିନ୍ଦପୁର ଗ୍ରାମର ନୃସିଂହ ମନ୍ଦିରରେ ହରିବନ୍ଧୁ ତାଙ୍କ ୨ ସହଯୋଗୀ ନୀଳାଞ୍ଚଳ ସାହୁ ଏବଂ ଯଜ୍ଞ ରେଡ୍ଡୀଙ୍କ ସହ କଥା ହେଉଥିବା ବେଳେ ସରପଞ୍ଚଙ୍କ ୪ରୁ ଊଦ୍ଧର୍‌ବ ସମର୍ଥକ ସେଠାରେ ପହଞ୍ଚି ଆକ୍ରମଣ କରିଥିଲେ। ପରେ ହରିବନ୍ଧୁ ଏବଂ ତାଙ୍କ ସମର୍ଥକ ମାନେ ସରପଞ୍ଚଙ୍କ ଜଣେ ସମର୍ଥକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଆହତ ହରିବନ୍ଧୁଙ୍କୁ କିଛି ଗ୍ରାମବାସୀ ଉଦ୍ଧାର କରି ପ୍ରଥମେ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ସେହିପରି କାଳିଆଙ୍କୁ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କେ.ନୂଆଗାଁ ଥାନା ଏବଂ ନୂଆପଡ଼ା ଫାଣ୍ଡି ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଛି। ଘଟଣାରେ ସମ୍ପୃକ୍ତ କାଳିଆ ପ୍ରଧାନ ଏବଂ ରବୀନ୍ଦ୍ର ପ୍ରଧାନଙ୍କୁ ଥାନା ମାମଲା ନଂ.୯୨/୨୫ ଅନୁଯାୟୀ ରବିବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଛି। ଜାମିନ ଆବେଦନ ଖାରଜ ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ହରିବନ୍ଧୁଙ୍କୁ ଆକ୍ରମଣ ଘଟଣାରେ ବ୍ରହ୍ମପୁର ଏମ୍‌ପି ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ, ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଏବଂ ଦିଗପହଣ୍ଡି ବ୍ଲକର ପୂର୍ବତନ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ ନିନ୍ଦା କରିଛନ୍ତି। ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।
ପଞ୍ଚାୟତରେ ୩ ବର୍ଷ ମଧ୍ୟରେ ଏମ୍‌ଜିଏନଏନଆରଜିଏସ ଯୋଜନାରେ କୌଣସି କାମ କରା ନ ଯାଇ ପ୍ରାୟ ୨କୋଟି ଟଙ୍କା ଆତ୍ମସାତ କରାଯାଇଥିବା ନେଇ ହରିବନ୍ଧୁଙ୍କ ସମର୍ଥକ ନୀଳାଞ୍ଚଳ ରାଜ୍ୟ ଲୋକାୟୁକ୍ତଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ତଦନ୍ତ ପାଇଁ ନୋଟିସ ହେବାରୁ ପ୍ରତିପକ୍ଷ ସରପଞ୍ଚଙ୍କ ସମର୍ଥିତ ଗୋଷ୍ଠୀର ଯୁବକମାନେ ତାଙ୍କୁ ପୂର୍ବରୁ ଆକ୍ରମଣ ପାଇଁ ଧମକ ଦେଇଥିଲେ। ଏନେଇ ସେ ସୁରକ୍ଷା ପାଇଁ ଗଞ୍ଜାମ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିବା ପରେ ଜିଲାପାଳ କେ.ନୂଆଗାଁ ଥାନା ଆଇଆଇସିଙ୍କୁ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରିଥିଲେ। ପ୍ରତିପକ୍ଷ ଗୋଷ୍ଠୀର ଯୁବକ ମାନେ ଏଥିରେ ଉତ୍ତେଜିତ ହୋଇ ଗ୍ରାମରେ ଆତଙ୍କ ଚଳାଇଥିବା ହରିବନ୍ଧୁ କହିଛନ୍ତି। ଏନେଇ ସେ କେ.ନୂଆଗାଁ ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ସରପଞ୍ଚଙ୍କ ସମେତ ଆକ୍ରମଣରେ ସମ୍ପୃକ୍ତ ୪ ଯୁବକଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଛନ୍ତି। ଅପରପକ୍ଷରେ ସରପଞ୍ଚ ତାଙ୍କ ନାଁରେ ହୋଇଥିବା ସମସ୍ତ ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ଏମ୍‌ଜିଏନ୍‌ଆରଜିଏସରେ କୌଣସି ପ୍ରକାର ଅନିୟମିତତା ହୋଇନାହିଁ। ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ତାଙ୍କର କୌଣସି ସମ୍ପୃକ୍ତି ନ ଥିବା ସରପଞ୍ଚ ରଞ୍ଜନ କୁମାର ସାହୁ ତାଙ୍କ ପ୍ରତିକ୍ରିୟାରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri