ସଡ଼କ ଦୁର୍ଘଟଣାରେ ଚାଲିଗଲା ଏମ୍‌ପି ପ୍ରତିନିଧିଙ୍କ ଜୀବନ

ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ମୁକଚେରୀଠାରେ ଏକ ସଡ଼କ ଦୁର୍ଘଟଣାରେ କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ସ୍ଥାନୀୟ ପ୍ରତିନିଧି କ୍ଷେତ୍ରୀବଳ ନାୟକଙ୍କ ପ୍ରାଣହାନି ଘଟିଛି। ବ୍ରହ୍ମପୁର ବଡ଼ମେଡିକଲରେ ମୃତ୍ୟୁ ହୋଇଥିବା ତାଙ୍କ ସମ୍ପର୍କୀୟଙ୍କ ଠାରୁ ଜଣାପଡ଼ିଛି।

ପ୍ରକାଶଯେ, ମୃତ କ୍ଷେତ୍ରୀବଳ ଗୁରୁବାର ସନ୍ଧ୍ୟାରେ ନିଜ ଗ୍ରାମ ପାଙ୍ଗାଲିଠାରୁ ଦାରିଙ୍ଗବାଡ଼ି ବଜାରକୁ ବାଇକ୍‌ ଯୋଗେ ଆସି ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ। ତେବେ ମୁକଚେରୀ ନିକଟରେ ଏକ ଛେଳିକୁ କ୍ଷେତ୍ରୀବଳଙ୍କ ବାଇକ ଧକ୍କ୍‌ା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଛେଳିଟିର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ କ୍ଷେତ୍ରୀବଳଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ନେବାକୁ ପରିବାର ଲୋକଙ୍କୁ ପରାମର୍ଶ ଦେଇଥିଲେ। ତାଙ୍କ ପରିବାର ଲୋକ ବ୍ରହ୍ମପୁର ବଡ଼ମେଡିକଲକୁ ଚିକିତ୍ସା ପାଇଁ ନେଇଥିଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ କ୍ଷେତ୍ରୀବଳ କନ୍ଧମାଳ ଏମ୍‌ପିଙ୍କ ପ୍ରତିନିଧି ରହିଥିବା ବେଳେ ସ୍ଥାନୀୟ ବ୍ଳକର ଟ୍ରାକ୍ଟର ମାଲିକ ସଂଘର ବ୍ଲକ ସଭାପତି ରହିଛନ୍ତି। ସେ କିଛି ବର୍ଷ ହେବ ସକ୍ରିୟ ରାଜନୀତିକୁ ଓହ୍ଳାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, କ୍ଷେତ୍ରୀବଳଙ୍କ ୬ଝିଅ ରହିଥିବା ବେଳେ ଦୁଇ ଝିଅ ପାଠପଢ଼ୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri