ସଡ଼କ ଦୁର୍ଘଟଣାରେ ଚାଲିଗଲା ଏମ୍‌ପି ପ୍ରତିନିଧିଙ୍କ ଜୀବନ

ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ମୁକଚେରୀଠାରେ ଏକ ସଡ଼କ ଦୁର୍ଘଟଣାରେ କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତଙ୍କ ସ୍ଥାନୀୟ ପ୍ରତିନିଧି କ୍ଷେତ୍ରୀବଳ ନାୟକଙ୍କ ପ୍ରାଣହାନି ଘଟିଛି। ବ୍ରହ୍ମପୁର ବଡ଼ମେଡିକଲରେ ମୃତ୍ୟୁ ହୋଇଥିବା ତାଙ୍କ ସମ୍ପର୍କୀୟଙ୍କ ଠାରୁ ଜଣାପଡ଼ିଛି।

ପ୍ରକାଶଯେ, ମୃତ କ୍ଷେତ୍ରୀବଳ ଗୁରୁବାର ସନ୍ଧ୍ୟାରେ ନିଜ ଗ୍ରାମ ପାଙ୍ଗାଲିଠାରୁ ଦାରିଙ୍ଗବାଡ଼ି ବଜାରକୁ ବାଇକ୍‌ ଯୋଗେ ଆସି ବିଳମ୍ବିତ ରାତିରେ ଘରକୁ ଫେରୁଥିଲେ। ତେବେ ମୁକଚେରୀ ନିକଟରେ ଏକ ଛେଳିକୁ କ୍ଷେତ୍ରୀବଳଙ୍କ ବାଇକ ଧକ୍କ୍‌ା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଛେଳିଟିର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ କ୍ଷେତ୍ରୀବଳଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଡାକ୍ତର ତାଙ୍କୁ ଅନ୍ୟତ୍ର ନେବାକୁ ପରିବାର ଲୋକଙ୍କୁ ପରାମର୍ଶ ଦେଇଥିଲେ। ତାଙ୍କ ପରିବାର ଲୋକ ବ୍ରହ୍ମପୁର ବଡ଼ମେଡିକଲକୁ ଚିକିତ୍ସା ପାଇଁ ନେଇଥିଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ କ୍ଷେତ୍ରୀବଳ କନ୍ଧମାଳ ଏମ୍‌ପିଙ୍କ ପ୍ରତିନିଧି ରହିଥିବା ବେଳେ ସ୍ଥାନୀୟ ବ୍ଳକର ଟ୍ରାକ୍ଟର ମାଲିକ ସଂଘର ବ୍ଲକ ସଭାପତି ରହିଛନ୍ତି। ସେ କିଛି ବର୍ଷ ହେବ ସକ୍ରିୟ ରାଜନୀତିକୁ ଓହ୍ଳାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, କ୍ଷେତ୍ରୀବଳଙ୍କ ୬ଝିଅ ରହିଥିବା ବେଳେ ଦୁଇ ଝିଅ ପାଠପଢ଼ୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri