ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଏମ୍‌ପି: ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଅଧିକ ଲୋକଙ୍କୁ କାମ ଯୋଗାଇକୁ ନିର୍ଦ୍ଦେଶ

ଡାବୁଗାଁ, ୨୭।୨ (ପ୍ରଜ୍ଞାରଞ୍ଜନ ପରିଡା)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ୍‌ର ଅଞ୍ଚଳା ଅଞ୍ଚଳା ଗ୍ରାମରେ ଗୁରୁବାର ନବରଙ୍ଗପୁର ଏମ୍‌ପି ବଳଭଦ୍ର ମାଝୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକରେ ଚାଲୁଥିବା ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ମତ୍ସ୍ୟ, ଉଦ୍ୟାନ, ମହିଳା ଓ ଶିଶୁ ବିକାଶ, ପ୍ରାଣୀ ପାଳନ, ଜଙ୍ଗଲ, ଗ୍ରାମ୍ୟ ଉନ୍ନୟନ, ପୁର୍ତ୍ତ, ବିଦ୍ୟୁତ, ମୃତ୍ତିକା ସଂରକ୍ଷଣ, ମିସଶନଶକ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଏମ୍‌ଜିଏନଆରଇଜିଏସ୍‌, ସାମାଜିକ ସୁରକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ, ଯୋଗାଣ ବିଭାଗ ଆଦି ବିଭାଗରେ ଉନ୍ନୟନମୂଳକ କାର୍ଯ୍ୟ ଉପରେ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନେଇ ସମୀକ୍ଷା କରିଥିଲେ।

ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଅଧିକରୁ ଅଧିକ ଲୋକଙ୍କୁ କାମ ଯୋଗାଇ ଦେବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଭଳି ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ଡାବୁଗାଁର ବିକାଶ ପାଇଁ ସମୀକ୍ଷା ବୈଠକରେ ଆଲୋଚନା କରିଛନ୍ତି । ଏଥିରେ ଏମ୍‌ଜିଏନଆରଇଜିଏସ, ସ୍ବଚ୍ଛ ଭାରତ ମିଶନ ମାଧ୍ୟମରେ ଶୌଚାଳୟ ବ୍ୟବହାର, ପ୍ରତ୍ୟେକ ଲୋକଙ୍କ ଆଧାର କାର୍ଡ ଅପଡେଟ ଉପରେ ଅଧିକ ଗୁରୁତ୍ୱାରୋପ କରିଥିଲେ ।

ଏହି ବୈଠକରେ ବ୍ଲକ୍‌ ଅଧ୍ୟକ୍ଷା ବୀଣା ମାଝୀ, ବିଡ଼ିଓ ଶରତ ମାଝୀ, ତହସିଲଦାର ହରିଓମ ଭୋଇ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଅଞ୍ଚଳା ସରପଞ୍ଚ ରମେଶ ମାଝି, ଭାଜପା ଡାବୁଗାଁ ମଣ୍ଡଳ ସଭାପତି ମନୋଜ ପାତ୍ର, ଜେ. ରାଜଶେଖର ରାଓ, ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା କାର୍ଯ୍ୟକାରୀ ସଭ୍ୟ ଜୟନ୍ତ କୁମାର ପାତ୍ର, ସୋମନାଥ ପୂଜାରୀ, ରତନ କଲାର, ଜି. ସତ୍ୟା ରାଓ, ନରେଶ ସିଂ, ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସିଡିପିଓ ମିନତୀ ଦାଶ, ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା. ସୁଭାସିଶ ସାହୁ, ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଉମାକାନ୍ତ ପଟ୍ଟନାୟକ, ଅତିରିକ୍ତ ପ୍ରାଣୀ ଚିକିତ୍ସକ ଏନ. ଲୋକନାଥ ରେଡ୍ଡୀ, ସହକାରୀ କୃଷି ଅଧିକାରୀ ସୋମେନ୍ଦ୍ର ବିଶାସ, ବରିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ସଙ୍ଗୀତା ସାମଲ, ସହକାରୀ ଉଦ୍ୟାନ ଅଧିକାରୀ ରବିଶଙ୍କର ପଣ୍ଡା, ମୃତ୍ତିକା ସଂରକ୍ଷଣ ରେଞ୍ଜର ଗୌତମ ସେଠୀ, ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ରାଉତ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଭଗବାନ ମାଝି, ସହକାରୀ ଯନ୍ତ୍ରୀ ଆନନ୍ଦ ମଣ୍ଡଳ, ଜଳ ଓ ପରିମଳ କନିଷ୍ଠ ଯନ୍ତ୍ରୀ ରୋହିତ କିଶାନ, କନିଷ୍ଠ ଯନ୍ତ୍ରୀ ପ୍ରଶାନ୍ତ କୁମାର ଚୌଧୁରୀ, ଦିଲ୍ଲୀପ ଦୀପକ ମିଶ୍ର ଓ ଅଭିନାଶ ନାୟକ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri