ମତଦାନ ସାବ୍ୟସ୍ତ କଲେ ଏମ୍‌ପି ସପ୍ତଗିରି

ରାୟଗଡ଼ା,୧୩ା୫(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନରେ କୋରାପୁଟ ଲୋକ ସଭା ଓ ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ ଓ ଗୁଣପୁରଠାରେ ମତଦାନ ଆରମ୍ଭ ହୋଇଯାଇଛି। ଜିଲାର ୭୧୩୧୫୩ ଭୋଟର୍‌ ମତଦାନ କରିବେ। ରାୟଗଡ଼ା ସହରସ୍ଥିତ ଗାନ୍ଧୀନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଓ ଜିଲାପାଳ ମନୋଜ ସତ୍ୟବାନ ମହାଜନ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ଏଥିସହିତ ସମସ୍ତ ଭୋଟର ନିଜର ବହୁମୂଲ୍ୟ ଭୋଟ୍‌ ଉପଯୁକ୍ତ ପ୍ରାର୍ଥୀଙ୍କୁ ଦେବାକୁ ଅନୁରୋଧ କରିଛନ୍ତି ସପ୍ତଗିରି।

ସେହିଭଳି ଜିଲାର ସମସ୍ତ ଭୋଟର ନିଜ ମତଦାନ ସାବ୍ୟସ୍ତ କରିବା ପାଇଁ ଜିଲାପାଳ ମହାଜନ ସମସ୍ତଙ୍କୁ ନିବେଦନ କରିଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ କାଶୀପୁର ବ୍ଲକ ଟିକିରି ଅନ୍ତର୍ଗତ ନକଟିଗୁଡା ପ୍ରାଥମିକ ବିଦ୍ୟାଳୟ ସମେତ ରାୟଗଡ଼ା ସହରର ନେହେରୁ ନଗର ପ୍ରାଥମିକ ବିଦ୍ୟାଳୟ, ଖଲିଗୁଡ଼ା ପ୍ରାଥମିକ ବିଦ୍ୟାଳୟ, ରାୟଗଡ଼ା ସୟଂଶାସିତ ମହାବିଦ୍ୟାଳୟ ଏବଂ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ ଥରେ ଉଭିଏମ ତ୍ରୁଟି ଯୋଗୁ ମତଦାନ ଆରମ୍ଭ ହୋଇପାରି ନ ଥିଲା। ଖରା ବଢ଼ିବା ଆଶଙ୍କାରେ ଲୋକେ ସକାଳୁ ଆସି ଭୋଟ୍‌ ଦେଇ ଫେରିଯିବାକୁ ଭାବି ଆସିଥିବା ବେଳେ ଇଭିଏମ୍‌ ଅଚଳ ଲୋକଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଏଥିପାଇଁ ଜିଲା ନିର୍ବାଚନ ବିଭାଗକୁ ଦାୟୀ କରିଛନ୍ତି ଜନସାଧାରଣ। ପୂର୍ବରୁ ସବୁ ଠିକ୍‌ ଭାବେ ପରିଚାଳନା କରିଥିଲେ ଏହିଭଳି ସମସ୍ୟା ସୃଷ୍ଟି ଉପୁଜି ନ ଥାନ୍ତା ବୋଲି ଜନସାଧାରଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri