ପାଟପୁରରେ ଏମ୍‌ପି ଖେଳ ମହୋତ୍ସବ

ଦିଗପହଣ୍ଡି,୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ସ୍ତରୀୟ ଏମ୍‌ପି ଖେଳ ମହୋତ୍ସବ ଶୁକ୍ରବାର ପାଟପୁର କଲେଜ ମିନି ଷ୍ଟାଡିୟମ ଓ ଗୌତମୀ ହାଇସ୍କୁଲ ଖେଳ ପଡ଼ିଆ ପରିସରରେ ଆରମ୍ଭ ହୋଇଛି। ପାଟପୁର ମିନି ଷ୍ଟାଡିୟମ ଠାରେ ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ତତ୍ତ୍ୱାବଧାନରେ ୩ ଦିନ ଧରି ଅନୁଷ୍ଠିତ ଏହି ଖେଳ ମହୋତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଆସିକା ଏମ୍‌ପି ପ୍ରତିନିଧି ବିଜୟ କୁମାର ସ୍ବାଇଁ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁୁ ସେଠୀ,ବ୍ଳକ ଅଧ୍ୟକ୍ଷ ସୀମାଞ୍ଚଳ ପାତ୍ର ଉପାଧ୍ୟକ୍ଷା ରିଙ୍କି ନାୟକ, ଜିଲା ପରିଷଦସଦସ୍ୟ ଅମିନ ପ୍ରଧାନ, ସୁଲତାରାଣୀ ସ୍ବାଇଁ, ମାମାନି ପାତ୍ରଙ୍କ ସମେତ ସରପଞ୍ଚ ସମିତିସଭ୍ୟ ବୃନ୍ଦ ଉପସ୍ଥିତ ଥିଲେ । କ୍ରୀଡ଼ା ଶିକ୍ଷକ ଅରୁଣ ରାଉତ, ଭଗବାନ ବେହେରା,ଟୁକୁଲା ପାଢ଼ୀ, ରାମବାବୁ ଦୋରାଙ୍କ ସମେତ ବ୍ଳକର ସମସ୍ତ କ୍ରୀଡ଼ା ଶିକ୍ଷକ ଉପସ୍ଥିତ ରହି ବିଭିନ୍ନ କ୍ରୀଡା ପ୍ରତିଯୋଗିତା ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

ନେପାଳ ରାଜନୀତିର ରଣନୀତିକାର

ନେପାଳ ୨୦୨୫ ସେପ୍ଟେମ୍ବରରେ ଦେଖିଥିଲା ଜେନ୍‌ ଜି ବିପ୍ଳବ। ଏହାର ପ୍ରଭାବ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ଅନୁଭୂତ ହୋଇଥିଲା। ପରିଣାମ ସ୍ବରୂପ ନେପାଳରେ କେ.ପି. ଶର୍ମା ଓଲିଙ୍କ…

ପୁଷ୍ପଗିରି ବିଶ୍ୱବିଦ୍ୟାଳୟ: ଅସ୍ମିତାର ପରିଚୟ

ଇଉରୋପରେ ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ବହୁ ପୂର୍ବରୁ ଭାରତରେ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଥିବାର ପ୍ରମାଣ ମିଳେ। ଭାରତରେ ଉଚ୍ଚ ଶିକ୍ଷା ଅଧ୍ୟୟନ ଅତି ପୁରାତନ। ପ୍ରାଚୀନ…

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri