ଆମିରଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୩ ।୭: ମଧ୍ୟପ୍ରଦେଶ ମନ୍ଦସୌରର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ ପି ସୁଧୀର ଗୁପ୍ତା ଏକ ବିବାଦୀୟ ବୟାନ ଦେଇଛନ୍ତି । ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଓ ତାଙ୍କ ପତ୍ନୀ କିରଣ ରାଓଙ୍କୁ ନେଇ ଏହି ବୟାନ ଦେଇଛନ୍ତି । ଗୁପ୍ତା କହିଛନ୍ତି ଜେଜେବାପା ହେବା ବୟସରେ ଆମିର ନିଜ ପାଇଁ ତୃତୀୟ ପତ୍ନୀ ଖୋଜୁଛନ୍ତି । ଦେଶରେ ଜନସଂଖ୍ୟା ସନ୍ତୁଳନ ବିଗିଡିବା ପଛରେ ବି ଏମାନେ ଦାୟୀ ବୋଲି ଗୁପ୍ତା କିଛନ୍ତି । ଭାଜପା ନେତା କହିଛନ୍ତି ଖାଁ ଙ୍କ ଭଳି ଲୋକଙ୍କ ପାଖରେ ଅଣ୍ଡା ବିକ୍ରି କରିବା ବ୍ୟତୀତ ଚାକିରି କରିବାର ମୁଣ୍ଡ ନାହିଁ । ସୂଚନାଯୋଗ୍ୟ, ଗତ ସପ୍ତାହରେ ବଲିଉଡ୍‌ର ଏହି ଚର୍ଚ୍ଚତ ଯୋଡି ଆମିର ଖାଁ ଓ କିରଣ ରାଓ ପରସ୍ପରଠାରୁ ଅଲଗା ହୋଇଯିବା କଥା ପ୍ରକାଶ କରିଥିଲେ । ବିବାହର ଦୀର୍ଘ ୧୫ ବର୍ଷ ପରେ ଏକ ଜଏଣ୍ଟ ଷ୍ଟେଟମେଣ୍ଟ ମାଧ୍ୟମରେ ସେମାନେ ଅଲଗା ହେବା କଥା କହିଥିଲେ । ହେଲେ ସେମାନେ ତାଙ୍କ ପୁଅ ଆଜାଦକୁ ମିଳିମିଶି ପାଳନ କରିବେ । ଏହାପରେ ଆମିର ପୁଣି ଥରେ ବିବାହ କରିବେ କି ନା ତାହା ସ୍ପଷ୍ଟ ହୋଇନାହିଁ । ହେଲେ ଏହାକୁ ନେଇ ଭାଜପା ଏମ୍‌ପି ଶ୍ରୀଯୁକ୍ତ ଗୁପ୍ତା କହିଛନ୍ତି ଆମିର ଜେଜେ ହେବା ବୟସରେ ନିଜ ପାଇଁ ତୃତୀୟ ପତ୍ନୀ ଖୋଜୁଛନ୍ତି । ଯାହା ଲଜ୍ୟାର ବିଷୟ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri