ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼ ଲୋକ ସଭା MP ପ୍ରଦୀପ ପୁରୋହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି। ଏମ୍‌ପି ପୁରୋହିତ କହିଛନ୍ତି, ଧନୁଯାତ୍ରା ତୋରଣ ଭାଙ୍ଗିଯିବା ଘଟଣା ଦୁର୍ଭାଗ୍ୟଜନକ। ମୋହନ ମାଝୀଙ୍କର ସରକାର ଲୋକଙ୍କର ସରକାର। ବରଗଡ଼ ଧନୁଯାତ୍ରା ପାଇଁ ଏହି ସରକାର ପର୍ଯ୍ୟାପ୍ତ ଅର୍ଥ ଯୋଗାଇ ଦେଇଛନ୍ତି। ବିଶେଷଭାବେ ଧନୁଯାତ୍ରା ସ୍ବାଗତ ତୋରଣ ନିର୍ମାଣ କରାଯାଇଛି ଏବଂ ଗୋଟିଏ ଗୋଟିଏ ତୋରଣରେ ୧କୋଟି ୮୦ଲକ୍ଷଠାରୁ ଆରମ୍ଭ କରି ୨କୋଟି, ଅଢ଼େଇ କୋଟି ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ହୋଇଛି। ହେଲେ ସୋମବାର ପବନରେ ବରଗଡ଼ ଥାନାଛକରେ ନିର୍ମିତ ତୋରଣ ଉଡ଼ି ଯାଇଛି। ୨ଜଣ ଆହତ ମଧ୍ୟ ହୋଇଛନ୍ତି। ତୋରଣ ନିର୍ମାଣରେ ୍ଯଯାପକ ଅନିୟମିତତା ହୋଇଥିବା ଯୋଗୁ ସେଭଳି ଅଭାବନୀୟ ଘଟଣା ଘଟିଛି। ତୋରଣ ନିର୍ମାଣ ନେଇ ଆଗରୁ ମଧ୍ୟ ଅନିୟମିତତା ଅଭିଯୋଗ ହୋଇଛି। କିନ୍ତୁ କିଛି ପଦକ୍ଷେପ ନିଆଗଲା ନାହିଁ ଏବଂ ଏଥିପାଇଁ ମୋହନ ମାଝୀଙ୍କ ଜନପ୍ରିୟ ସରକାର ଲୋକଲୋଚନରେ ବଦନାମ୍‌ ହେବାକୁ ଯାଉଛି। ଫଳରେ ଏହାର ଭିଜିଲାନ୍ସ ତଦନ୍ତ ସହିତ ମୋହନ ମାଝୀଙ୍କ ଲୋକଙ୍କ ସରକାରକୁ ଅପମାନିତ କରିଥିବା ପୂର୍ତ୍ତ ବିଭାଗର ଦୋଷୀ ଅଧିକାରୀ, ଟେଣ୍ଡର ପ୍ରକ୍ରିୟାରେ ରହିଥିବା ଯନ୍ତ୍ରୀ, ତୋରଣ ନିର୍ମାଣ କରିଥିବା ଏଜେନ୍ସି ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଲେଖି ଜଣାଇଥିବା ପୁରୋହିତ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri