ଥୁଆମୂଳ ରାମପୁରରେ ଗଠନହେଲା ଏମ୍‌ପିଏମ୍‌ଜେଏ ମା’ମାଣିକେଶ୍ୱରୀଙ୍କ ନାମରେ ଶପଥ ନେଲେ ନବନିର୍ବାଚିତ କର୍ମକର୍ତ୍ତା

ଥୁଆମୂଳ ରାମପୁର,୨୦।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ୍‌ରେ ନୂତନ ଭାବେ ମା’ ମାଣିକେଶ୍ୱରୀ ପ୍ରିଣ୍ଟ ମିଡିଆ ସାମ୍ବାଦିକ ସଂଘ (ଏମ୍‌ପିଏମ୍‌ଜେଏ) ଗଠନ କରାଯାଇଛି। ରବିବାର ସ୍ଥାନୀୟ ବରଙ୍ଗା ତୋଟାଠାରେ ଅନୁଷ୍ଠିତ ବୈଠକରେ ବ୍ଲକ୍‌ର ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଏକତ୍ରିତ ହୋଇ ଏହି ନୂତନ ସଂଘ ଗଠନ କରିଛନ୍ତି। ବୈଠକରେ ସମସ୍ତ ସଦସ୍ୟଙ୍କ ସହମତି ଆଧାରରେ ସଂଘ ସୁପରିଚାଳନା ପାଇଁ ନୂତନ ପଦାଧିକାରୀ ଚୟନ କରାଯାଇ ଦାୟିତ୍ୱ ବଣ୍ଟନ କରାଯାଇଥିଲା। ଏଥିରେ ବରିଷ୍ଠ ଖବରଦାତା ବଳଭଦ୍ର ବାଗଙ୍କୁ ସଭାପତି, ରବିନାରାୟଣ ସିଂ ଉପସଭାପତି, ପ୍ରଦୀପ କୁମାର ପଣ୍ଡାଙ୍କୁ ସମ୍ପାଦକ, କୀର୍ତ୍ତି ଚନ୍ଦ୍ର ଦୁର୍ଗା (ଦୁର୍ଗା କୀର୍ତ୍ତି)ଙ୍କୁ ସହସମ୍ପାଦକ, ଭାନୁପ୍ରତାପ ମୁଣ୍ଡଙ୍କୁ କୋଷାଧ୍ୟକ୍ଷ ଭାବେ ଚୟନ କରାଯାଇଛି। ନବନିର୍ବାଚିତ କର୍ମକର୍ତ୍ତା ମା’ ମାଣିକେଶ୍ୱରୀଙ୍କ ନାମରେ ସଂକଳ୍ପକରି ଶପଥ ପାଠ କରିଥିଲେ। ଗଣମାଧ୍ୟମର ଗୋପନୀୟତା ରକ୍ଷାକରିବା, ପ୍ରଦତ୍ତ ଦାୟିତ୍ୱ ଠିକ୍‌ ଭାବେ ତୁଲାଇବା, ସର୍ବସାଧାରଣଙ୍କ ମୌଳିକ ସମସ୍ୟା ସମାଧାନ ପାଇଁ କାର୍ଯ୍ୟ କରିବାକୁ ସମସ୍ତେ ବଦ୍ଧପରିକର ବୋଲି ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ବରିଷ୍ଠ ଖବରଦାତା କୈଳାସ ଚନ୍ଦ୍ର ଛତ୍ରିଆ, ଅଙ୍ଗଦ ନାଏକ, ଯୁବ ଖବରଦାତା ତଥା ଆଇନଜୀବୀ ମନୋରଞ୍ଜନ ନାଏକ, ରଥ ଦୁରିଆ, ପ୍ରଶାନ୍ତ ନାଏକ, ସୁଶାନ୍ତ ନାଏକ ପ୍ରମୁଖ ଉପସ୍ଥିତ ରହି ଶପଥ ଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?