ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଶିଳ୍ପ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୧୬।୯ (ଅଭୟ ଦାଶ): ମୁମ୍ବାଇଠାରେ ଆୟୋଜିତ ଗ୍ଲୋବାଲ ଷ୍ଟେନ୍‌ଲେସ୍‌-ଷ୍ଟିଲ୍‌ ଏକ୍ସପୋ-୨୦୨୩ (ଜିଏସ୍‌ଏସ୍‌ଇ୨୦୨୩)ର ଉଦ୍‌ଘାଟନ ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଓଡ଼ିଶା ସରକାରଙ୍କ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଏକ ମହତ୍ତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ବିଶେଷକରି ରାଜ୍ୟ ମଧ୍ୟରେ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଶିଳ୍ପ ବୃଦ୍ଧିକୁ ଗୁରୁତ୍ୱ ପ୍ରଦାନ ସହ ଓଡ଼ିଶା ସରକାର ଏକ ସ୍ବତନ୍ତ୍ର ସବ୍‌ସିଡି ଯୋଜନା ମଧ୍ୟ ପ୍ରଣୟନ କରିଛନ୍ତି ବୋଲି ଶର୍ମା କହଛନ୍ତି। ଉଲ୍ଲେଖଯୋଗ୍ୟ, ଜିଏସ୍‌ଏସ୍‌ଇ-୨୦୨୩ ଉଦ୍‌ଘାଟନୀ ଉତ୍ସବରେ ହେମନ୍ତ ଶର୍ମାଙ୍କ ସମେତ ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ, ଜିଏସ୍‌ଏସ୍‌ଇ ପରିଚାଳନା କମିଟିର ସଦସ୍ୟ ତଥା ଇସ୍ପାତ ମନ୍ତ୍ରଣାଳୟର ପୂର୍ବତନ ସଚିବ ଡ. ଅରୁଣା ଶର୍ମା ଏବଂ ଭିରଗୋ କମ୍ୟୁନିକେଶନ ଏବଂ ଏକ୍ସଜିବିସନର ନିର୍ଦ୍ଦେଶିକା ଅନୀଥା ରଘୁନାଥ ପ୍ରମୁଖଙ୍କ ଦ୍ୱାରା ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଥିଲା। ଏ ସମ୍ପର୍କରେ ଜିନ୍ଦଲ ଷ୍ଟେନ୍‌ଲେସ୍‌ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ କହିଛନ୍ତି, ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ସର୍ବତ୍ର ଅଛି ବୋଲି କହିବା ଅତ୍ୟୁକ୍ତି ହେବ ନାହିଁ ଏବଂ ଜି ୨୦ ପରି ଏକ ବଡ଼ କାର୍ଯ୍ୟକ୍ରମ ପାଇଁ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ର ବ୍ୟବହାର ରାସ୍ତାର ଶୋଭା ବଢ଼ାଇଛି। ଏପରିକି ନିକଟରେ ଚନ୍ଦ୍ରୟାନ-୩ ଚନ୍ଦ୍ରପୃଷ୍ଠରେ ଅବତରଣ କରିବା ସମୟରେ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଚନ୍ଦ୍ରରେ ପହଞ୍ଚିବାର ସାକ୍ଷୀ ହେବା ଏକ ଐତିହାସିକ ମୁହୂର୍ତ୍ତ ଥିଲା। ସେ ତାଙ୍କ କମ୍ପାନୀ ଦ୍ୱାରା ଓଡ଼ିଶାର ଇଣ୍ଡଷ୍ଟ୍ରିଆଲ୍‌ ପାର୍କ ଇନ୍‌-ମେକିଂ ଉପରେ ମତ ଦେଇ କହିଛନ୍ତି, ଶିଳ୍ପକୁ ମଜଭୁତ କରିବାର ଦୃଷ୍ଟିକୋଣ ସହ ଏହା ଭାରତର ପ୍ରଥମ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ପାର୍କ। ସେହିଭଳି ହେମନ୍ତ ଶର୍ମା କହିଛନ୍ତି, ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ଏବଂ ଖଣିଜ କ୍ଷେତ୍ର ପାଇଁ ଓଡ଼ିଶା ଉଲ୍ଲେଖନୀୟ ଅବଦାନ ଦେଉଛି। ଭାରତରେ ଲୁହାପଥର ଏବଂ ବକ୍ସାଇଟ୍‌ର ଏକ ବୃହତମ ଉତ୍ପାଦକ ହେବା ପ୍ରକୃତରେ ଏକ ଉଲ୍ଲେଖନୀୟ ସଫଳତା ।
ଉକ୍ତ କାର୍ଯ୍ୟକ୍ରମରେ ଇସ୍ପାତ ମେଣ୍ଟ ଦ୍ୱାରା ‘ଭାରତର ଅମୃତ କାଳ’ ଶୀର୍ଷକ ଷ୍ଟେନ୍‌ଲେସ୍‌ ଷ୍ଟିଲ୍‌ ବିଷୟ ଉପରେ ଏକ ସ୍ବତନ୍ତ୍ର ରିପୋର୍ଟ ଉନ୍ମୋଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri