Posted inଜାତୀୟ

ରାସ୍ତାରେ ଶୋଇଥିବା ଯୁବକଙ୍କ ଉପରେ ବିଏମଡବ୍ଲୁ ଚଢାଇଦେଲେ ଏମପିଙ୍କ ଝିଅ, ଥାନାରେ ମିଳିଗଲା ଜାମିନ

ଚେନ୍ନାଇ,୧୯।୬: ପୁଣି ଏକ ଅଭାବନୀୟ ହିଟ ଆଣ୍ଡ ରନ ମାମଲା ଚେନ୍ନାଇରେ ଘଟିଛି। ଜଣେ ରାଜ୍ୟ ସଭା ଏମପିଙ୍କ ଝିଅ ରାସ୍ତାରେ ଶୋଇଥିବା ଜଣେ ଯୁବକଙ୍କ ଉପରେ ନିଜ BMW ଚଢାଇ ଦେଇଛନ୍ତି। ଏହି ଦୁର୍ଘଟଣାରେ ସମ୍ପୃକ୍ତ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଏମପିଙ୍କ ଝିଅଙ୍କୁ ପୋଲିସ ଗିରଫ କରି ସଙ୍ଗେ ସଙ୍ଗେ ଜାମିନରେ ଛାଡି ଦେଇଛି। ଏହି ଘଟଣାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି।

YSR କଂଗ୍ରେସ ପାର୍ଟି ଏମପି ବିଡା ମସ୍ତାନ ରାଓଙ୍କ ଝିଅ ମାଧୁରୀ ଏହି ଦୁର୍ଘଟଣା ଘଟାଇଛନ୍ତି। ଚେନ୍ନାଇର ବସନ୍ତ ନଗର ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣା ମାମଲାରେ ପୋଲିସ ମାଧୁରୀଙ୍କୁ ଗିରଫ କରି ତୁରନ୍ତ ଜାମିନରେ ଛାଡି ଦେଇଛି। ମୃତକଜଣକ ୨୪ ବର୍ଷୀୟ ସୂର୍ଯ୍ୟ ବୋଲି ଜଣାଯାଇଛି। ସୂର୍ଯ୍ୟ ଜଣେ ପେଣ୍ଟର ଭାବେ କାମ କରୁଥିବା ଜଣାଯାଇଛି।
ସୋମବାର ରାତିରେ ରାସ୍ତା ପାର୍ଶ୍ୱରେ ଥିବା ଫୁଟପାଥରେ ଶୋଇଥିଲେ। ମାଧୁରୀ ନିଜେ BMW କଳାର୍‌ ଡ୍ରାଇଭ କରି ଆସୁଥିବା ବେଳେ ତାଙ୍କ ସହ ଜଣେ ବାନ୍ଧବୀ ବି ଥିଲେ। ହଠାତ ଭାରସାମ୍ୟ ହରାଇ ମାଧୁରୀ ଯୁବକଙ୍କ ଉପରେ ଗାଡି ଚଢାଇ ଦେଇଥିଲେ।

ଏହାଦେଖି ତୁରନ୍ତ ଘଟଣାସ୍ଥଳରେ ଲୋକେ ରୁଣ୍ଡ ହୋଇ ଯାଇଥିଲେ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ମାଧୁରୀ ଆମ୍ବୁଲାନ୍ସକୁ ଫୋନ କରି ଘଟଣାସ୍ଥଳରୁ ଗାଡି ସହ ଚାଲି ଯାଇଥିଲେ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ ଯୁବକଙ୍କ ସ୍ତ୍ରୀଙ୍କ ଅଭିଯୋଗ ଆଧାରରେ ପୁଲିସ ମାଧୁରୀଙ୍କ କାର୍‌ ନମ୍ବରରୁ ତାଙ୍କ ଠିକଣା ବାହାର କରି ତାଙ୍କୁ ଗତକାଲି ଗିରଫ କରିଥିଲା। ମାତ୍ର ତୁରନ୍ତ ଜାମିନରେ ତାଙ୍କୁ ଛାଡି ଦିଆଯାଇଥିବା ଜଣାଯାଇଛି। ଏହି ଘଟଣାକୁ ନେଇ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri