ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର ଧରିଛି । ଏହି ଘଟଣା ଏମପିଙ୍କ ସମର୍ଥକ ମଧ୍ୟରେ ଘୋର ଅସନ୍ତୋଷ ଦେଖା ଦେଇଛି ।

ଗତ ୭ ତାରିଖରେ ୫୮ ତମ ପ୍ରତିଷ୍ଠା ଉତ୍ସାବ ପାଳିତ ହୋଇଥିଲା । ସେହି ଦିନ ହିଁ ନିର୍ମାଣ ହୋଇଥିବା ନୂତନ ସମ୍ମିଳନୀ କକ୍ଷ ଉଦଘାଟନ ହୋଇଥିଲା । ମିଳିଥିବା ସୂଚନା ଅନୁସାରେ ଗୋଟାଏ ପଟେ ଏହି ଉତ୍ସାବ ପାଇଁ ବ୍ରହ୍ମପୁର ଏମପି ଡ଼ଃ ପ୍ରଦୀପ ପାଣିଗ୍ରାହୀ ନାମ ନିମନ୍ତ୍ରଣ ପତ୍ରରେ ନଥିବା ବେଳେ ଉଦଘାଟନ ହୋଇଥିବା ନୂତନ ସମିଳନୀ କକ୍ଷ ଫଳକରେ ମଧ୍ୟ ଏମପିଙ୍କ ନାମ ନଥିବା ଦେଖିବାକୁ ମିଳିଛି ।

ଯାହାକୁ ନେଇ ଏମପିଙ୍କ ସମର୍ଥକ ମଧ୍ୟରେ ରେ ଘୋର ଅସନ୍ତୋଷ ଦେଖିବାକୁ ମିଳିଛି । ଅନ୍ୟପଟେ କଲେଜ ପରିଚାଳନା କମିଟି ମୁଖ୍ୟ ତଥା ଛତ୍ରପୁର ଉପ ଜିଲାପାଳଙ୍କ ଫଳକରେ ନାମ ଥିଲେ ମଧ୍ୟ କାର୍ଯ୍ୟକ୍ରମରେ ଅନୁପସ୍ଥିତ ଥିବା ଦେଖିବାକୁ ମିଳିଥିଲା । ଏଥିସହ କଲେଜ ପ୍ରତିଷ୍ଠାତା ତାଲିକାରେ ଆଗରେ ଥିବା ଏବଂ କଲେଜ ପ୍ରତିଷ୍ଠା ନିମନ୍ତେ ଜେଲ ଦଣ୍ଡ ଭୋଗିଥିବା ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ପ୍ରତିଷ୍ଠା ଦିବସରେ ଦେଖିବାକୁ ମିଳିନଥିଲେ । ସ୍ଥାନୀୟ ଅଞ୍ଚଳରେ ଯେ କୌଣସି କାର୍ଯ୍ୟକ୍ରମରେ ପୂର୍ବତନ ଉପବାଚସ୍ପତି ଯୋଗ ଦେଉଥିବା ନଜିର ରହିଛି ।

ଏକଥା ଏମପିଙ୍କ ପାଖରେ ପହଂଚିବା ଫଳରେ ଏହାକୁ ନେଇ ପ୍ରଶାସନ ସ୍ତରରେ ମଧ୍ୟ ପ୍ରଭାବ ପଡିଥିବା ନେଇ ଏକ ନିର୍ଭର ଯୋଗ୍ୟ ସୂତ୍ର ରୁ ଖବର ମିଳିଛି । ନୂତନ ଭାବେ ନିର୍ମାଣ ହୋଇଥିବା ନୂତନ ସମିଳନୀ କକ୍ଷ ଉଦଘାଟନ ଫଳକରେ ଛତ୍ରପୁର ବିଧାୟକ, ଗଞ୍ଜାମ ଏନଏସି ଅଧକ୍ଷା, ବ୍ଲକ ଅଧକ୍ଷା, ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ, ଛତ୍ରପୁର ଉପ ଜିଲାପାଳ, କଲେଜ ଅଧ୍ୟକ୍ଷାଙ୍କ ନାମ ରହିଥିବା ଦେଖିବାକୁ ମିଳିଥିଲା । ଏମପିଙ୍କ ନାମ ନଥିବାରୁ ଆଗାମୀ ଦିନରେ ଏହା ଦଳ ମଧ୍ୟରେ ଏକ ପ୍ରକାର ଶୀତଳ ଯୁଦ୍ଧର ଆରମ୍ଭ ବୋଲି ରାଜନୈତିକ ସମୀକକ୍ଷମାନେ ମତ ପ୍ରକାଶ କରିଛନ୍ତି । ଆଗାମୀ ଦିନରେ କେଉଁ ପରିସ୍ଥିତି ଉପୁଜିବ ତାହା ଦେଖିବାକୁ ବାକି ରହିଲା ।  ଅନ୍ୟପଟେ ଏଭଳି ଘଟଣା କିଏ ଓ କାହିଁକି କଲା ତାହା ମଧ୍ୟ ଏମପିଙ୍କ ସମର୍ଥକ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?