Posted inଜାତୀୟ

ଚଳିତ ଶୀତ ଅଧିବେଶନରେ ପୁଣି ପୁରୁଣା ସଂସଦରେ ବସିବେ ଏମପି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧।୧୧: ସଂସଦର ଶୀତ ଅଧିବେଶନ ଚଳିତ ମାସରେ ଆରମ୍ଭ ହୋଇପାରେ । ଏହି ଅଧିବେଶନ ନଭେମ୍ବର ୨୫ରୁ ଡିସେମ୍ବର ୨୦ ଯାଏ ଚାଲିପାରେ । ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ନଭେମ୍ବର ୨୫ରେ ଶୀତ ଅଧିବେଶନ ଆରମ୍ଭ ହୋଇପାରେ । ତେବେ ବିଶେଷ କଥା ଏହା ଯେ ଏହି ଅଧିବେଶନରେ ଗୋଟିଏ ଦିନ ଗୃହର ଏମପିମାନେ ସଂସଦର ପୁରୁଣା ବିଲ୍ଡିଂରେ ବସି ପାରନ୍ତି ।

ନଭେମ୍ବର ୨୬ରେ ଲୋକ ସଭା ଏବଂ ରାଜ୍ୟ ସଭାର ମିଳିତ ଅଧିବେଶନ ଡକାଯାଇପାରେ । ଭାରତର ସମ୍ବିଧାନ ସଭା ଦ୍ୱାରା ସମ୍ବିଧାନ ଗୃହୀତ ହେବାର ୭୫ ବର୍ଷ ପୂର୍ତ୍ତି ଅବସରରେ ସଂସଦର ମିଳିତ ଅଧିବେଶନ ହୋଇପାରେ । ଦିନିକିଆ ସଂଯୁକ୍ତ ଅଧିବେଶନ ପୁରୁଣା ସଂସଦ ଭବନରେ ହୋଇପାରେ । ଏହି ସ୍ପେଶାଲ ଜଏଣ୍ଟ ସିଟିଂ ପାଇଁ ପୁରୁଣା ସଂସଦ ଭବନର ସେଣ୍ଟ୍ରାଲ ହଲ ସ୍ଥିତି ସମ୍ବିିଧାନ ଭବନରେ ବ୍ୟବସ୍ଥା କରାଯାଇପାରେ । ଏହି ସ୍ଥାନରେ ୧୯୪୯ ନଭେମ୍ବର ୨୬ ତାରିଖରେ ସମ୍ବିଧାନକୁ ଗ୍ରହଣ କରାଯାଇଥିଲା । ଏଥିପାଇଁ ନଭେମୱର ୨୬କୁ ସାରା ଦେଶରେ ସମୱିଧାନ ଦିବସ ରୂପେ ପାଳନ କରାଯାଉଛି । ନଭେମୱର ୨୬କୁ ପୂର୍ବେ ରାଷ୍ଟ୍ରୀୟ ଆଇନ ଦିବସ ରୂପେ ପାଳନ କରାଯାଉଥିଲା, କିନ୍ତୁ ୨୦୧୫ରେ ମୋଦି ସରକାର ଏହି ଦିନକୁ ସମ୍ବିଧାନ ଦିବସ ରୂପେ ପାଳନ କରିବା ପାଇଁ ଘୋଷଣା କରିଥିଲେ । ୧୯୫୦ ଜାନୁଆରୀ ୨୬ରେ ଭାରତୀୟ ସମ୍ବିଧାନ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ କରାଯାଇଥିଲା ।

ତେବେ ଏଠି କୌତୁହଳର ବିଷୟ ଏହା ଯେ ଉଭୟ ଶାସକ ଏବଂ ବିରୋଧୀ ନିଜକୁ ସମ୍ବିଧାନର ରକ୍ଷକ ବୋଲି କହୁଛନ୍ତି । ଏହାସହ ଜଣେ ଅନ୍ୟ ଜଣଙ୍କୁ ସମ୍ବିଧାନର ଶତ୍ରୁ ଦର୍ଶାଇବା ପାଇଁ ଅନେକ ଟିପ୍ପଣୀ ମଧ୍ୟ କରୁଛନ୍ତି । ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ସହ ଅନ୍ୟ ବିରୋଧୀ ଦଳ ମୋଦି ସରକାର କ୍ଷମତାକୁ ଆସିଲେ ସମ୍ବିଧାନର ବିପଦରେ ପଡ଼ିବ ବୋଲି ପ୍ରଚାର କରୁଥିଲେ । ତେବେ ମୋଦି ସରକାର ତୃତୀୟ ଥର କ୍ଷମତାକୁ ଫେରିବା ପରେ ଜୁନ ୨୫କୁ ସମ୍ବିଧାନ ହତ୍ୟା ଦିବସ ରୂପେ ପାଳନ କରିବା ପାଇଁ ଘୋଷଣା କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri