Posted inଜାତୀୟ

ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇବାକୁ ଦାବି କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ: ବିଶ୍ୱର ୧୫ରୁ ଅଧିକ ଦେଶରେ ଏବେ ମାରାତ୍ମକ ‘ଓମିକ୍ରନ’ ଭାରିଏଣ୍ଟ ବ୍ୟାପି ଗଲାଣି। ବିଭିନ୍ନ ଦେଶରୁ ବିମାନ ଭାରତକୁ ଆସୁଛି। ଡିସେମ୍ବର ୧୫ରୁ ମଧ୍ୟ ନିୟମିତ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ତେଣୁ ଭାରତରେ ‘ଓମିକ୍ରନ’ ଭାଇରସ ପ୍ରବେଶ କରିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତୁରନ୍ତ ଅନ୍ତର୍ଜାତୀୟ ବିମାନ ସେବା ଉପରେ କଟକଣା ଲଗାଇବାକୁ କେନ୍ଦ୍ର ସରକାର ପାଖରେ ଦାବି କରିଛନ୍ତି।
ଅଧିକାଂଶ ଅନ୍ତର୍ଜାତୀୟ ବିମାନ ଦିଲ୍ଲୀରେ ଅବତରଣ କରୁଛି। ଏଥିପାଇଁ ଦିଲ୍ଲୀ ଅଧିକ ପ୍ରଭାବିତ ହେଉଛି ବୋଲି କେଜ୍‌ରିଓ୍ବାଲ କହିଛନ୍ତି।

ଆଫ୍ରିକା ସମେତ ୟୁରୋପରେ ‘ଓମିକ୍ରନ’ ଭାରିଏଣ୍ଟ ଏବେ ଚିନ୍ତା ସୃଷ୍ଟି କରୁଛି। ଭାରତରେ ଏଯାଏ ‘ଓମିକ୍ରନ’ ଭାରିଏଣ୍ଟ ଚିହ୍ନଟ ହୋଇନାହିଁ। କିନ୍ତୁ ବିଦେଶରୁ ଲୋକମାନେ ଫେରୁଥିବାରୁ ଭାରତରେ ଏହା କୌଣସି ମୁହୂର୍ତ୍ତରେ ପହଞ୍ଚି ଯିବାର ଆଶଙ୍କା ରହିଛି। ସେଥିପାଇଁ ବୈଠକ କରାଯାଉଛି। କେନ୍ଦ୍ର ସରକାର ବିଦେଶ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?