ଟେନ୍‌ସନ୍‌ରେ ଅଛନ୍ତି ମୃଣାଲ: ଦେଲେ ଚେତାବନୀ

ଆଜିକାଲି ଟେନ୍‌ସନ୍‌ରେ ଅଛନ୍ତି ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି। ସେ ଡିପ୍‌ଫେକ ତିଆରି ଏବଂ ଭିଡିଓଗୁଡ଼ିକୁ ହେରଫେର କରିବା ପାଇଁ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଚିନ୍ତା ପ୍ରକାଶ କରିଛନ୍ତି।

ଏଆଇର ବ୍ୟବହାର କରି ପ୍ରସିଦ୍ଧ ସେଲିବ୍ରିଟିମାନଙ୍କ ଡିପ୍‌ଫେକ୍‌ ଭିଡିଓଗୁଡ଼ିକ ପ୍ରାୟତଃ ଭାଇରାଲ ହେଉଛି। କିଛି ମାସ ପୂର୍ବେ ରଶ୍ମିକା ମନ୍ଦାନାଙ୍କ ଏକ ଡିପ୍‌ଫେକ ଭିଡିଓ ଭାଇରାଲ ହୋଇଥିଲା। ଇଣ୍ଡଷ୍ଟ୍ରି ଅନେକ ତାରକା ତାଙ୍କ ସମର୍ଥନରେ ବାହାରିଥିଲେ। ଏବେ ମୃଣାଲ ତାଙ୍କ ଡିପ୍‌ଫେକ ତିଆରି କରୁଥିବା ଲୋକଙ୍କୁ ଚେତାବନୀ ଦେଇଛନ୍ତି ଏବଂ ସେଗୁଡ଼ିକୁ ହଟାଇବା ପାଇଁ ଦାବି କରିଛନ୍ତି। ସେ ଏପରି ବେଆଇନ କାର୍ଯ୍ୟକଳାପକୁ ଆଦୌ ସହ୍ୟ କରିବେ ନାହିଁ ବୋଲି କହିଛନ୍ତି।

ଅଭିନେତ୍ରୀ କହିଛନ୍ତି, ମୋର ଫଟୋ କିମ୍ବା ସ୍ବର ବ୍ୟବହାର କରି ଡିପ୍‌ଫେକ କଣ୍ଟେଣ୍ଟ ତିଆରି ଏବଂ ଶେୟାର କରିବା ବେଆଇନ। ଏହା ଆଦୌ ଗ୍ରହଣୀୟ ନୁହେଁ। ମୁଁ ସମସ୍ତଙ୍କୁ ତୁରନ୍ତ ଏପରି କଣ୍ଟେଣ୍ଟ ତିଆରି କରିବା ବନ୍ଦ କରିବାକୁ ଚେତାବନୀ ଦେଉଛି। ଯଦି ମୋର ପରିଚୟର କୌଣସି ପ୍ରକାରେ ଅପବ୍ୟବହାର କରାଯାଏ, ତେବେ ମୁଁ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି।

ମୃଣାଲ ଠାକୁର ନିକଟରେ ବରୁଣ ଧାୱନଙ୍କ ସହ ‘ହୈ ଜୱାନୀ ତୋ ଇସ୍କ ହୋନା ହୈ’ ନଜର ଆସିଥିଲେ। ଏହା ବକ୍ସ ଅଫିସରେ ବିଶେଷ ପ୍ରଭାବ ପକାଇପାରି ନ ଥିଲା।

ମୃଣାଲଙ୍କ ଆଗାମୀ ପ୍ରୋଜେକ୍ଟ ପୂଜା ମେରୀ ଜାନ୍‌ ଏବଂ ଆଲୁ ଅର୍ଜୁନଙ୍କ ଅଭିନୀତ ‘ରାକା’ରେ ନଜର ଆସିବେ। ଅଟଲି କୁମାରଙ୍କ ନିର୍ଦ୍ଦେଶିତ ‘ରାକାକ୍ଷରେ ଦୀପିକା ପାଦୁକୋନ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଛନ୍ତି। ଫିଲ୍ମର ଆଲୁ ଅର୍ଜୁନଙ୍କ ପ୍ରଥମ ଲୁକ ନିକଟରେ ରିଲିଜ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ରେକର୍ଡ କଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?