ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ସେ ଏଠାକୁ ତାଲିମ ଲାଗି ଆସିଛନ୍ତି। ଆଗାମୀ ଦିନରେ ଉପଜିଲାପାଳ ଓ ଜିଲାପାଳ ହେବେ। ତେଣୁ କିପରି ସେହି ବଡ଼ ଦାୟିତ୍ୱକୁ ତୁଲାଯିବ ସେହି ସମୟରେ ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟଙ୍କ ଦାୟିତ୍ୱ କାର୍ଯ୍ୟଧାରା କ’ଣ ରହିବ ଏହାସହ ରାଜସ୍ବ ସେବାଗତ କାର୍ଯ୍ୟ କ’ଣ ରହିବ ସେଥିନେଇ ଏଠାରୁ ବହୁ ଶିକ୍ଷା ଅର୍ଜନ କରିବେ। ଯାହାକି ତାଙ୍କର ପ୍ରଶାସନିକସେବା ଯୋଗାଇବାର କାର୍ଯ୍ୟରେ ବହୁ ସହାୟକ ହୋଇପାରିବ ଓ ତହସିଲଦାର ଭାବରେ ଲୋକଙ୍କ ସହ ମିଶି କିପରି କାର୍ଯ୍ୟ କରାଯିବ ତାହା ମଧ୍ୟରେ ଜାଣିବା ସହ ଏହି ତହସିଲରେ ରହିଥିବା ଲୋକଙ୍କ ସମସ୍ୟା ପ୍ରତି ଗୁରୁତ୍ୱ ଦେବାର କହି ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି। ଏହି ସମୟରେ ତହସିଲଦାର ବିନୋଦ କୁମାର ବେହେରା, ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀ ଉପସ୍ଥିତଥିବାବେଳେ ସମସ୍ତ କର୍ମଚାରୀ ଶୁଭେଚ୍ଛା ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି…

ରେଲଓ୍ବେ ଟ୍ରାକ୍‌ରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ, ହତ୍ୟା ନା ଆତ୍ମହତ୍ୟାକୁ ନେଇ ଚାଲିଛି…

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri