ସିଏସ୍‌କେ ନେତୃତ୍ୱ ଛାଡ଼ିଲେ ଧୋନୀ

ନୂଆଦିଲ୍ଲୀ,୨୪।୩: ପୁଣି ଥରେ ସଭିଙ୍କୁ ଚମକାଇ ଦେଇଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୫ତମ ସଂସ୍କରଣ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ କ୍ୟାପଟେନ କୁଲ ନେଇଛନ୍ତି ବଡ଼ ନିଷ୍ପତ୍ତି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳକୁ ୪ ଥର ଚାମ୍ପିୟନ କରାଇଥିବା ଧୋନୀ
ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। ତାଙ୍କ ଅନୁପସ୍ଥିତିରେ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଆଗାମୀ ସିଜନରେ ଦଳର ନେତୃତ୍ୱ ନେବେ। ଏ ନେଇ ଚେନ୍ନାଇ ଫ୍ରାଞ୍ଚାଇଜ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

୨୦୧୨ଠାରୁ ସିଏସ୍‌କେ ପାଇଁ ଖେଳୁଥିବା ଜାଡେଜା ୩ୟ ଖେଳାଳି ଭାବେ ଦଳର ଅଧିନାୟକ ହେବାକୁ ଯାଉଛନ୍ତି। ତେବେ ଧୋନୀ ଚଳିତ ସିଜନରେ ଚେନ୍ନାଇ ପାଇଁ ଖେଳିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

୨୦୦୮ରେ ଆଇପିଏଲ ଆରମ୍ଭ ହେବା ପରଠୁ ଧୋନୀ ଚେନ୍ନାଇ ଦଳର ଅଧିନାୟକ ଥିଲେ। ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଥିବା ଧୋନୀଙ୍କ ନେତୃତ୍ୱରେ ଦଳ ୨୦୧୦, ୨୦୧୧, ୨୦୧୮ ଏବଂ ୨୦୨୧ ଆଇପିଏଲ ଟ୍ରଫି ହାତେଇଥିଲା। ଆଇପିଏଲ ଇତିହାସ ଚେନ୍ନାଇର ବିଜୟ ହାର ମୁମ୍ବାଇ ଇଣ୍ଡିଆନ୍ସ ପଛକୁ ଦ୍ୱିତୀୟ ସର୍ବାଧିକ। ଏଥିସହିତ ଚେନ୍ନାଇ ସର୍ବାଧିକ ୧୧ ଥର ପ୍ଲେଅଫ୍‌ ଏବଂ ୯ ଥର ଆଇପିଏଲ ଫାଇନାଲକୁ ଯୋଗ୍ୟତା ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କଲା ଇକ୍ୱେଡର

ଇଷ୍ଟ ରୋଦରଫୋଡ,୨୬ା୬: ଗୋଞ୍ଜାଲୋ ପ୍ଲାଟାଙ୍କ ଗୋଲ ବଳରେ ଶୁକ୍ରବାର ଖେଳାଯାଇଥିବା ଏକ ରୋମାଞ୍ଚକ ମ୍ୟାଚ୍‌ରେ ଇକ୍ୱେଡର ୨-୧ ଗୋଲରେ ଜର୍ମାନୀକୁ ପରାସ୍ତ କରିଛି। ଫିଫା ର଼୍ୟାଙ୍କିଙ୍ଗ୍‌ରେ ୨୩ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri