ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ ନିଯୁକ୍ତ କରିଛନ୍ତି। ବିଧାନସଭା ନିର୍ବାଚନରେ କ୍ରିକେଟର ତାଙ୍କ ଫଟୋ ବ୍ୟବହାର କରିବାକୁ ନିର୍ବାଚନ ଆୟୋଗଙ୍କୁ ଅନୁମତି ଦେଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ କେ ରବି କୁମାର କହିଛନ୍ତି।

ନିର୍ବାଚନ ଅଧିକାରୀ ରବି କୁମାର କହିଛନ୍ତି, ‘ମହେନ୍ଦ୍ର ସିଂ ଧୋନୀ ତାଙ୍କ ଫଟୋଗ୍ରାଫର ବ୍ୟବହାର ପାଇଁ ନିର୍ବାଚନ ଆୟୋଗଙ୍କୁ ସମ୍ମତି ଦେଇଛନ୍ତି । ଅଧିକ ବିବରଣୀ ପାଇଁ ଆମେ ତାଙ୍କ ସହିତ ଯୋଗାଯୋଗରେ ଅଛୁ । ଭୋଟରଙ୍କୁ ଏକଜୁଟ କରିବା ପାଇଁ ସେ କାର୍ଯ୍ୟ କରିବେ।

ନିର୍ବାଚନରେ ଭୋଟରଙ୍କୁ ସଚେତନ କରାଇବା ଲକ୍ଷ୍ୟରେ ଧୋନୀ ବ୍ୟବସ୍ଥିତ ଭୋଟର ଶିକ୍ଷା ଏବଂ ନିର୍ବାଚନରେ ଅଂଶଗ୍ରହଣ କାର୍ଯ୍ୟକ୍ରମ ଅଧୀନରେ ଭୋଟରଙ୍କ ମଧ୍ୟରେ ସଚେତନତା ବୃଦ୍ଧି ଦିଗରେ କାର୍ଯ୍ୟ କରିବେ। ଲୋକଙ୍କୁ, ବିଶେଷକରି ଯୁବ ଭୋଟରଙ୍କୁ ଭୋଟ ଦେବାକୁ ଉତ୍ସାହିତ କରିବାକୁ ଧୋନୀଙ୍କ ଲୋକପ୍ରିୟତାର ସୁଯୋଗ ନେବାକୁ ନିର୍ବାଚନ ଆୟୋଗ ଚାହୁଁଛନ୍ତି ।

ଝାଡଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ହେଉଛି। ନଭେମ୍ବର ୧୩ରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟରେ ମୋଟ ୪୩ ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୨୦ ନଭେମ୍ବରରେ ଭୋଟ ହେବ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଅକ୍ଟୋବର ୨୩ରେ ନିର୍ବାଚନ ପାଇଁ ୩୫ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri