ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ ନିଯୁକ୍ତ କରିଛନ୍ତି। ବିଧାନସଭା ନିର୍ବାଚନରେ କ୍ରିକେଟର ତାଙ୍କ ଫଟୋ ବ୍ୟବହାର କରିବାକୁ ନିର୍ବାଚନ ଆୟୋଗଙ୍କୁ ଅନୁମତି ଦେଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ କେ ରବି କୁମାର କହିଛନ୍ତି।

ନିର୍ବାଚନ ଅଧିକାରୀ ରବି କୁମାର କହିଛନ୍ତି, ‘ମହେନ୍ଦ୍ର ସିଂ ଧୋନୀ ତାଙ୍କ ଫଟୋଗ୍ରାଫର ବ୍ୟବହାର ପାଇଁ ନିର୍ବାଚନ ଆୟୋଗଙ୍କୁ ସମ୍ମତି ଦେଇଛନ୍ତି । ଅଧିକ ବିବରଣୀ ପାଇଁ ଆମେ ତାଙ୍କ ସହିତ ଯୋଗାଯୋଗରେ ଅଛୁ । ଭୋଟରଙ୍କୁ ଏକଜୁଟ କରିବା ପାଇଁ ସେ କାର୍ଯ୍ୟ କରିବେ।

ନିର୍ବାଚନରେ ଭୋଟରଙ୍କୁ ସଚେତନ କରାଇବା ଲକ୍ଷ୍ୟରେ ଧୋନୀ ବ୍ୟବସ୍ଥିତ ଭୋଟର ଶିକ୍ଷା ଏବଂ ନିର୍ବାଚନରେ ଅଂଶଗ୍ରହଣ କାର୍ଯ୍ୟକ୍ରମ ଅଧୀନରେ ଭୋଟରଙ୍କ ମଧ୍ୟରେ ସଚେତନତା ବୃଦ୍ଧି ଦିଗରେ କାର୍ଯ୍ୟ କରିବେ। ଲୋକଙ୍କୁ, ବିଶେଷକରି ଯୁବ ଭୋଟରଙ୍କୁ ଭୋଟ ଦେବାକୁ ଉତ୍ସାହିତ କରିବାକୁ ଧୋନୀଙ୍କ ଲୋକପ୍ରିୟତାର ସୁଯୋଗ ନେବାକୁ ନିର୍ବାଚନ ଆୟୋଗ ଚାହୁଁଛନ୍ତି ।

ଝାଡଖଣ୍ଡରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ହେଉଛି। ନଭେମ୍ବର ୧୩ରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟରେ ମୋଟ ୪୩ ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୨୦ ନଭେମ୍ବରରେ ଭୋଟ ହେବ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ଅକ୍ଟୋବର ୨୩ରେ ନିର୍ବାଚନ ପାଇଁ ୩୫ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri