Posted inଖେଳ

ଆଇପିଏଲ୍‌ରେ ପ୍ରଥମ କ୍ରିକେଟର୍‌ ଭାବେ ଏମିତି କାରନାମା କଲେ ଧୋନୀ

ଶାରଜା,୧।୧୦:ଆଇପିଏଲ ୨୦୨୧ରେ ଆଉ ଏକ ରେକର୍ଡ କରିଛନ୍ତି ମହେନ୍ଦ୍ର ସିଂ ଧୋନୀ। ସିଜିନର ୪୪ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଧୋନୀ ଗୁରୁବାର ଶାରଜାଠାରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ କ୍ୟାଚ ରେକର୍ଡ କରିଛନ୍ତି। ଏହି ଟି -୨୦ ଲିଗରେ ଫ୍ରାଞ୍ଚାଇଜ ପାଇଁ ୧୦୦ଟି କ୍ୟାଚ ପୂରଣ କରିବାରେ ସେ ପ୍ରଥମ ଖେଳାଳି ହୋଇଛନ୍ତି। ଚେନ୍ନାଇ ହାଇଦ୍ରାବାଦକୁ ୬ ଉଇକେଟରେ ପରାସ୍ତ କରିଛି ଏବଂ ବିଜୟ ସହ ସିଜିନର ପ୍ରଥମ ଦଳଭାବେ ପ୍ଲେ ଅଫରେ ପହଞ୍ଚିଛି ସିଏସକେ। ଚେନ୍ନାଇ ଦଳର ସୁରେଶ ରାଇନା୯୮ କ୍ୟାଚ୍‌ ଏବଂ କିରନ ପୋଲାର୍ଡ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ୯୪ଟି କ୍ୟାଚ୍‌ ନେଇଛନ୍ତି।
ଆଇପିଏଲରେ ଜଣେ ଉଇକେଟ କିପର ସର୍ବାଧିକ ଖେଳାଳିଙ୍କୁ ଆଉଟ୍‌ କରିବା ତାଲିକାର ଶୀର୍ଷରେ ଏମଏସ ଧୋନୀ ରହିଛନ୍ତି। ନିକଟରେ ସେ ପୂର୍ବତନ କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଦୀନେଶ କାର୍ତ୍ତିକଙ୍କୁ ଅତିକ୍ରମ କରିଛନ୍ତି। ଧୋନୀ ଉଇକେଟ ରକ୍ଷକ ଭାବରେ ୨୧୫ ମ୍ୟାଚରେ ୧୫୮ ବ୍ୟାଟ୍ସମ୍ୟାନଙ୍କ ପାଭିଲିୟନକୁ ପଠାଇଛନ୍ତି। କାର୍ତ୍ତିକଙ୍କ ୨୦୭ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଛନ୍ତି। ଏହି ଟି -୨୦ ଲିଗରେ ଧୋନୀ ଉଇକେଟ କିପର ଭାବରେ ୧୧୯ କ୍ୟାଚ ଏବଂ ୩୯ ଷ୍ଟମ୍ପିଂ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri